Site icon ଆଜିକାଲି

ଏପ୍ରିଲ ୧୨ରୁ ଏପ୍ରିଲ ୧୬ ଯାଏଁ ସ୍କୁଲ ଛୁଟି

ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । ଆସନ୍ତାକାଲଠୁ ରାଜ୍ୟରେ ନବ୍ଦ ରହିବ ସମସ୍ତ ସ୍କୁଲ । ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଭଳି ଘୋଷଣା କରିଛନ୍ତି । ଆସନ୍ତାକାଲି ଅର୍ଥାତ ଏପ୍ରିଲ ୧୨ ତାରିଖରୁ ଏପ୍ରିଲ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ । ତେବେ ଖାଲି ସେତିକି ନୁହେଁ, ସ୍କୁଲ ସହିତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ । ଆଜି କୋଭିଡ୍ ଓ ହିଟୱେଭକୁ ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ । ଏହାପରେ ଏହି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Exit mobile version