Site icon ଆଜିକାଲି

ଆସନ୍ତାକାଲି କନ୍ଧମାଳ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ

କନ୍ଧମାଳ : ଆସନ୍ତାକାଲି କନ୍ଧମାଳ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲଗୁଡ଼ିକ ବନ୍ଦ ରହିବ। ଏନେଇ ଆଜି ଜିଲ୍ଲାର ସମସ୍ତ ବିଇଓ, ପ୍ରଧାନଶିକ୍ଷକମାନଙ୍କୁ ଚିଠି ଲେଖିଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ। ସେ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲାର ସମସ୍ତ ସ୍କୁଲଗୁଡ଼ିକୁ ଆସନ୍ତାକାଲି ପାଇଁ ଛୁଟି ଘୋଷଣା କରାଯାଇଛି। ପ୍ରତିଷେଧମୂଳକ ପଦକ୍ଷେପ ସ୍ୱରୂପ ଏହି ନିଷ୍ପତ୍ତି ନିଆଯାଇଛି।

ସୂଚନାଯୋଗ୍ୟ, ବାତ୍ୟା ‘ଦାନା’ ଦ୍ୱାରା ପ୍ରଭାବିତ ହେବାର ସମ୍ଭାବନା ଥିବାରୁ ଗତ ୨୧ ତାରିଖରେ ରାଜ୍ୟ ସରକାର ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲଗୁଡ଼ିକୁ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଥିଲେ।

Exit mobile version