Site icon ଆଜିକାଲି

ଆଜିଠାରୁ ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ

ଭୁବନେଶ୍ବର : ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି । ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଆଗତ ୨ ଲକ୍ଷ ୩୦ ହଜାର କୋଟିର ବାର୍ଷିକ ବଜେଟ୍ ଉପରେ ଗୃହରେ ବିଭାଗୀୟ ଷ୍ଟାଣ୍ଡିଂ କମିଟି ରିପୋର୍ଟ ଉପସ୍ଥାପନ କରାଯିବ । ପ୍ରଥମ ପର୍ଯ୍ୟାୟ ଭଳି ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ମଧ୍ୟ ବେଶ୍ ସରଗରମ ରହିବା ସମ୍ଭାବନା ରହିଛି । ଏହି ମାସ ୧୩ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଗୃହରେ ବିଭାଗୀୟ ଖର୍ଚ୍ଚ ଦାବି ଆଲୋଚନା ଚାଲିବ । ୧୩ ତାରିଖରେ ଅନୁସୂଚିତ ଜାତି ଓ ଜନଜାତି ବିଭାଗ, ୧୪ ତାରିଖରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଖର୍ଚ୍ଚଦାବି ଉପରେ ଆଲୋଚନା ହେବ । ମାର୍ଚ୍ଚ ୩୧ ତାରିଖରେ ଗୃହରେ ପାରିତ ହେବ ଆସନ୍ତା ଆର୍ଥିକ ବର୍ଷ ପାଇଁ ବ୍ୟୟ ମଞ୍ଜୁରୀ ବିଲ୍ ।

Exit mobile version