Site icon ଆଜିକାଲି

ଚତୁର୍ଦ୍ଧାବିଗ୍ରହଙ୍କର ସୁସ୍ଥତା ପାଇଁ ଚାଲିଛି ଗୁପ୍ତ ଉପଚାର, ଦଶମୀ ତିଥିରେ ଚକାବିଜେ କରିବେ ମହାବାହୁ

ପୁରୀ : ଅତ୍ୟଧିକ ସ୍ନାନ ପରେ ଜ୍ଜରରେ ପୀଡ଼ିତ ଥିବା ଚତୁର୍ଦ୍ଧାବିଗ୍ରହଙ୍କର ସୁସ୍ଥତା ପାଇଁ ଚାଲିଛି ଗୁପ୍ତ ଉପଚାର । ମଙ୍ଗଳବାର ଅନବସରର ଦଶମୀ ତିଥିରେ ଚକାବିଜେ କରିବେ ମହାବାହୁ । ଏଥିପାଇଁ ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ହେଉଛି ଦଶମୂଳ ମୋଦକ ।

ତ୍ରୟୋଦଶ ଶତାଦ୍ଧୀରେ ଦ୍ୱିତୀୟ ଅନଙ୍ଗଭୀମ ଦେବଙ୍କ ସମୟରେ ବୈଦ୍ୟ ଓ ଶାସ୍ତ୍ର ବୈଦ୍ୟ ସେବା ସ୍ଥାପିତ ହୋଇଥିଲା । ଅନବସର ଦଶମୀ ସଂନ୍ଧ୍ୟାରେ ଦଶମୂଳ ମୋଦକ ଶ୍ରୀମନ୍ଦିର ଗାରଦରେ ଦାଖଲ ହେବା ପରେ ଏକାଦଶୀ ଦିନ ଅନ୍ୟ ଭୋଗ ସହ ମହାପ୍ରଭୁଙ୍କୁ ଏହା ଲାଗି ହୁଏ । ତେବେ ମହାପ୍ରଭୁଙ୍କ ସୁସ୍ଥତା ପାଇଁ ରାଜବୈଦ୍ୟ ମାନେ କିଭଳି ଭାବେ ପ୍ରସ୍ତୁତ କରୁଛନ୍ତି ଦଶମୂଳ ମୋଦକ ।

ସ୍ନାନ ପୂର୍ଣ୍ଣମୀ ଦିନ ସର୍ବାଙ୍ଗ ସ୍ନାନ ପରେ ଅସୁସ୍ଥ ହୋଇ ପଡିଥିବା ମହାପ୍ରଭୁଙ୍କୁ ସମ୍ପୂର୍ଣ୍ଣ ସୁସ୍ଥ କରିବା ଲାଗି ଦଶମୂଳ ମହୌଷଧି ଲାଗି କରାଯାଏ । ପବିତ୍ର ଏକାଦଶୀ ତିଥି ଅବସରରେ ବିଳମ୍ୱିତ ରାତିରେ ଶ୍ରୀମନ୍ଦିର ବୈଦ୍ୟଙ୍କ ପରାମର୍ଶ କ୍ରମେ ପତି ମହାପାତ୍ର ସେବକ ଏହାକୁ ଲାଗି କରିବେ । ଏହି ମହୌଷଧି ଶ୍ରୀ ଅଙ୍ଗରେ ଉପଚାର କରାଯିବା ପରେ ଜ୍ୱରରେ କମ୍ପୁଥିବା ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ ।

ଏଥିସହିତ ମହାପ୍ରଭୁଙ୍କ ସର୍ବାଙ୍ଗ ଚନ୍ଦନ ଲାଗି ନୀତି ମଧ୍ୟ ଅନୁଷ୍ଠିତ ହେବ । ଶ୍ରୀଜୀଉମାନେ ରକ୍ତବସ୍ତ୍ର ପରିଧାନ କରିବେ ଓ ମହାପ୍ରଭୁଙ୍କୁ ତୁଳସୀ ଲାଗି ହେବେ । ସ୍ନାନ ପୂର୍ଣ୍ଣିମୀ ପରଠାରୁ ଅସୁସ୍ଥ ହୋଇପଡିବା ପରେ ମହାପ୍ରଭୁଙ୍କୁ ନୀତିରେ ତୁଳସୀ କିମ୍ୱା ଧଳା ଫୁଲ ବ୍ୟବହାର ହେଉନଥିଲl । ଦଇତାପତି ସେବକଙ୍କ ଉଦ୍ୟମ କ୍ରମେ ମହାପ୍ରଭୁ କ୍ରମଶଃ ସୁସ୍ଥ ହୋଇ ଉଠନ୍ତି ।

ପୂର୍ବରୁ ବଡ଼ ଓଡ଼ିଆ ମଠ ଫୁଲୁରି ତେଲ ଯୋଗାଇ ଦିଅନ୍ତି, ଯାହା ମହାପ୍ରଭୁଙ୍କ ଠାରେ ଲାଗି କରାଯାଏ l ସେହିଭଳି ଶୁଦ୍ଧ ସୁଆର ସେବକ ମହାପ୍ରଭୁଙ୍କୁ ଔଷଧ ଯୋଗାଇ ଦିଅନ୍ତି l ଏହି କ୍ରମରେ ମହାପ୍ରଭୁ ଚକାବିଜେ ହେବା ପରେ ସୁସ୍ଥ ହେଉଥିବା ଲକ୍ଷଣ ପ୍ରକାଶ ପାଏ l ଏବଂ ପ୍ରଭୁଙ୍କ କବିରାଜ ତୁରନ୍ତ ଶ୍ରୀମନ୍ଦିରକୁ ଦଶମୂଳ ବା ମୋଦକ ବିଜେ କରାନ୍ତି l

Exit mobile version