Site icon ଆଜିକାଲି

୫ମ ପର୍ଯ୍ୟାୟ ମତଦାନ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ଲୋକସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ସଂସଦୀୟ ନିର୍ବାଚନ ମଣ୍ଡଳୀରେ ମତଦାନ ହେବ। ଏ ନେଇ ଅଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୧୭ଟି ସ୍ୱତନ୍ତ୍ର ଟ୍ରେନ୍ ଓ ୫୦୮ଟି ହେଲିକପ୍ଟର ଯୋଗେ ମତଦାନ ଓ ସୁରକ୍ଷା କର୍ମୀଙ୍କୁ ମୁତୟନ କରାଯାଇଛି। ଏହାଛଡା ୧୫୩ ଜଣ ପର୍ଯ୍ୟବେକ୍ଷକଙ୍କୁ ପଞ୍ଚମ ପର୍ଯ୍ୟାୟ ପାଇଁ ନିଯୁକ୍ତି ଦିଆଯାଇଛି। ସେମାନଙ୍କ ମଧ୍ୟରେ ୫୫ ଜଣ ସାଧାରଣ ପର୍ଯ୍ୟବେକ୍ଷକ, ୩୦ ଜଣ ପୁଲିସ ପର୍ଯ୍ୟବେକ୍ଷକ ଓ ୬୮ ଜଣ ବ୍ୟୟ ପର୍ଯ୍ୟବେକ୍ଷକ ଅଛନ୍ତି। ଏଥିସହିତ କେତେକ ରାଜ୍ୟରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକଙ୍କୁ ମୁତୟନ କରାଯାଇଛି।

Exit mobile version