Site icon ଆଜିକାଲି

ଅବସରପ୍ରାପ୍ତ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କ କୋଟିଏରୁ ଉର୍ଦ୍ଧ୍ବ ଟଙ୍କା ମୂଲ୍ୟର ସମ୍ପତ୍ତି ଜବତ

ଭୁବନେଶ୍ୱର – ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ମାଲକାନଗିରିର ଅବସରପ୍ରାପ୍ତ ମୃତ୍ତିକା ସଂରକ୍ଷଣ ଅଧିକାରୀ ଦାଶରଥୀ ତ୍ରିପାଠୀଙ୍କ ସମ୍ପତ୍ତି ଜବତ କରାଯାଇଛି। ଭୁବନେଶ୍ୱର ସ୍ୱତନ୍ତ୍ର କୋର୍ଟଙ୍କ ପ୍ରାଧିକୃତ ଅଧିକାରୀଙ୍କ ଦ୍ୱାରା ଅବସରପ୍ରାପ୍ତ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କ ୧ କୋଟି ୭ ଲକ୍ଷ ୬୬ ହଜାର ୪୩୦ ଟଙ୍କା ମୂଲ୍ୟର ସମ୍ପତ୍ତି ଜବତ କରାଯାଇଛି। ଦାଶରଥୀଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଚାର୍ଜସିଟ୍ ଦାଖଲ କରିଥିଲା ଭିଜିଲାନ୍ସ ବିଭାଗ । ୨୦୧୯ ମସିହା ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଦାଶରଥୀଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ।

Exit mobile version