Site icon ଆଜିକାଲି

ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ

କଟକ : ବର୍ଷୀୟାନ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକେ । କଟକ କଟକ ଚଣ୍ଡୀ ଛକ ସ୍ଥିତ ବାସଭବନରେ ତାଙ୍କର୦ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା । ତେବେ ବିଳମ୍ୱିତ ରାତିରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି । ତାଙ୍କ ମୃତ୍ୟୁ ପରେ ଓଲିଉଡରେ ଶୋକର ଛାୟା ଖେଳିଯାଇଛି । ସେପଟେ ତାଙ୍କର ଶେଷ ଦର୍ଶନ କରୁଛନ୍ତି ବହୁ କଳାକାର ।

୧୯୪୫ ମସିହାରେ କଟକର ଚାନ୍ଦିନି ଚୌକରେ ଝରଣା ଦାସଙ୍କ ଜନ୍ମ । ସମେସ୍ତ ତାଙ୍କୁ ଶ୍ରଦ୍ଧାରେ ଡାକୁଥିଲେ ଝୁମୁ । ଝରଣାଙ୍କ ଘରେ ସେମାନେ ଥିଲେ ଦଶ ଭାଇ ଭଉଣୀ । ତାଙ୍କ ମା ଲେଖିଦେଇଥିବା ନାଟକକୁ, ଘରେ ଖଟ ଯୋଡ଼ି ଓ ଶାଢ଼ୀ ଟାଣି ମଞ୍ଚା କରି ଭାଇ ଭଉଣୀ ମିଶି ଅଭିନୟ କରୁଥିଲେ । ଝରଣା ଦାସ ନରସିଂହ ମହାପାତ୍ରଙ୍କ ଏକ ନାଟକରେ ପ୍ରଥମକରି ନାୟିକା ଭାବେ ଅଭିନୟ କରିଥିଲେ ।

Exit mobile version