Site icon ଆଜିକାଲି

ଆଜି କଂଗ୍ରେସର ବରିଷ୍ଠ ନେତୃବୃନ୍ଦ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ

ଭୁବନେଶ୍ୱର : ଆଜି କଂଗ୍ରେସର ବରିଷ୍ଠ ନେତୃବୃନ୍ଦ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟ ମନ୍ତ୍ରୀ ତଥା ସାଂସଦ ଦିଗ୍‌ବିଜୟ ସିଂ, ସାଂସଦ ଜୟରାମ ରମେଶ, ଓଡ଼ିଶା ପ୍ରଭାରୀ ଡ. ଏ ଚେଲ୍ଲା କୁମାର, ସହ ପ୍ରଭାରୀ ଜି. ରୁଦ୍ର ରାଜୁ, ଭାରତ ଯୋଡ଼ୋ ଯାତ୍ରାର ଓଡ଼ିଶା ରାଜ୍ୟ ପାଇଁ ଏଆଇସିସି ସଂଯୋଜକ ଡ. ରାଗିଣୀ ନାୟକ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ସେପ୍ଟେମ୍ବର ୧୭ ତାରିଖ ଅର୍ଥାତ୍ ଶନିବାର ଦିନ ସନ୍ଧ୍ୟାରେ ଭୁବନେଶ୍ୱରରେ ପଂହଚିବେ । କଂଗ୍ରେସ ନେତୃବୃନ୍ଦ ରବିବାର ପୂର୍ବାହ୍ନରେ ଭୁବନେଶ୍ୱର ରେଡକ୍ରସ ଭବନରେ ନାଗରିକ ସମାଜ ସହ ବିଚାର ବିମର୍ଷ କରିବେ ।

ଏହାପରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ଭବନ ଠାରେ ଆୟୋଜିତ ବୈଠକରେ ଭାରତ ଯୋଡ଼ୋ କାର୍ଯ୍ୟକ୍ରମ ସଂକ୍ରାନ୍ତରେ କଂଗ୍ରେସ ନେତୃବୃନ୍ଦଙ୍କ ସହ ଆଲୋଚନା କରିବେ । ଆଲୋଚନା ପରେ କଂଗ୍ରେସ ଭବନଠାରେ ସାମ୍ବାଦିକ ସମ୍ମିଳନୀରେ ଉଦ୍‌ବୋଧନ ଦେବେ ଓ ଅପରାହ୍ନରେ ବିମାନ ଯୋଗେ ଦିଲ୍ଲୀ ପ୍ରତ୍ୟାବର୍ତନ କରିବେ ବୋଲି କଂଗ୍ରେସ ମିଡିଆ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା ଏକ ପ୍ରେସ ବାର୍ତାରେ ଜଣାଇଛନ୍ତି । ସମସ୍ତ କାର୍ଯ୍ୟକ୍ରମରେ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଉପସ୍ଥିତ ରହିବେ ବୋଲି ଶ୍ରୀ ବେହେରା କହିଛନ୍ତି ।

Exit mobile version