Site icon ଆଜିକାଲି

ବରିଷ୍ଠ ଆଇଏଏସ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ନୂଆ ଏସଆରସି

ଭୁବନେଶ୍ୱର : ରାଜ୍ୟର ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ଭାବେ ନିଯୁକ୍ତ ହେଲେ ବରିଷ୍ଠ ଆଇଏଏସ ଅଧିକାରୀ ନିକୁଞ୍ଜ ବିହାରୀ ଧଳ । ସେ ପ୍ରଦୀପ ଜେନାଙ୍କ ସ୍ଥାନ ନେବେ । ପ୍ରଦୀପ ଜେନାଙ୍କୁ ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯିବା ପରେ ନୂଆ ଏସଆରସି ଭାବେ ନିକୁଞ୍ଜଙ୍କୁ ଦାୟିତ୍ୱ ଦିଆଯାଇଛି। ନିକୁଞ୍ଜଙ୍କ ନୂଆ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ସେପଟେ ମୁଖ୍ୟ ଶାସନ ସଚିବ ଭାବେ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ କାର୍ଯ୍ୟକାର ଆଜି ଶେଷ ହୋଇଛି। ଆସନ୍ତାକାଲି ପ୍ରଦୀପ ଜେନା ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେବେ । ଆଜି ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। ଏଥିରେ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ ।

Exit mobile version