ଭୁବନେଶ୍ୱର : ଝାଡ଼ଖଣ୍ଡରେ ନକ୍ସଲ ଆକ୍ରମଣରେ ସହିଦ ହୋଇଥିବା ଓଡ଼ିଶାର ସିଆରପିଏଫ ଯବାନ ସୁଶାନ୍ତ ଖୁଣ୍ଟିଆଙ୍କ ମରଶରୀର ଆଜି ଜନ୍ମମାଟିରେ ପହଞ୍ଚିବ । ସହିଦ ସୁଶାନ୍ତଙ୍କ ପାର୍ଥିବ ଶରୀର ସିଧାସଳଖ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ସ୍ଥିତ ଜନ୍ମମାଟିକୁ ନିଆଯିବ । ମରଶରୀର ପହଞ୍ଚିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସୁଶାନ୍ତଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ।
ଶୁକ୍ରବାର ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲ୍ଲାର ହୁସିପିରେ ନକ୍ସଲଙ୍କ ଆକ୍ରମଣରେ ସୁଶାନ୍ତ ସହିଦ ହୋଇଥିଲେ।
ସୁଶାନ୍ତ ୨୦୧୧ ମସିହାରେ ସିଆରପିଏଫରେ ଯୋଗ ଦେଇଥିଲେ । ମାତ୍ର ଦୁଇ ମାସ ତଳେ ସେ ବିବାହ କରିଥିଲେ। ଏଏନ୍ଏମ୍ ଚାକିରି କରୁଥିବା ସୁଶାନ୍ତଙ୍କ ପତ୍ନୀ ତେଲକୋଇରେ ରହନ୍ତି। ସୁଶାନ୍ତଙ୍କ ଦେହାନ୍ତଙ୍କୁ ମିଶାଇ ମାତ୍ର ୩ବର୍ଷ ମଧ୍ୟରେ ତାଙ୍କ ବାପା ଏବଂ ଦୁଇ ଭାଇଙ୍କର ମଧ୍ୟ ପରଲୋକ ହୋଇଯାଇଛି।