କେନ୍ଦୁଝର, ୨୭/୧୨/୨୦୨୩ ଶ୍ରୀଜଗନ୍ନାଥ ସଂସ୍କୃତିକୁ ନଷ୍ଟ କରିବାର ପ୍ରୟାସ କରୁଥିବା ହୀନ ଷଡ଼ଯନ୍ତ୍ରକାରୀଙ୍କ ବିରୋଧରେ ଦୃଢ଼
କାର୍ଯ୍ୟାନୁଷ୍ଠାନ ଦାବି କରି ଶ୍ରୀଜଗନ୍ନାଥ ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ଆଜି କେନ୍ଦୁଝର ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଏକ ଗଣ ବିକ୍ଷୋଭ
ହୋଇଯାଇଛି । ଶ୍ରୀଜଗନ୍ନାଥ ହେଉଛନ୍ତି ସମଗ୍ର ହିନ୍ଦୁ ମାନଙ୍କର ପରମ ଆରାଧ୍ୟ, ଶ୍ରୀମନ୍ଦିର ହେଉଛି ଅସ୍ଥା, ବିଶ୍ଵାସ ଓ ସଂସ୍କୃତିର ପ୍ରାଣକେନ୍ଦ୍ର।
ଶ୍ରୀଜଗନ୍ନାଥ ସଂସ୍କୃତି ହେଉଛି କୋଟି ଓଡ଼ିଆଙ୍କ ରିଚୟ। ସରକାରକୁ ପରିଚାଳିତ କରୁଥିବା କିଛି ଅଣଓଡ଼ିଆ ବ୍ୟକ୍ତି ବିଶେଷ ଏବଂ ଅନ୍ୟ କିଛି
ନ୍ୟସ୍ତସ୍ଵାର୍ଥ ଓଡ଼ିଆ ଗୋଷ୍ଠୀଙ୍କ ହୀନ ଚକ୍ରାନ୍ତ କାରଣରୁ ଶ୍ରୀଜଗନ୍ନାଥ ସଂସ୍କୃତିର ଘୋର ମର୍ଯ୍ୟାଦାହାନୀ ହେବା ସହ ଓଡ଼ିଆଙ୍କ ପରିଚୟ ସଙ୍କଟ
ଦେଖା ଦେଇଛି । ସରକାରୀ ପ୍ରାୟୋଜିତ ଭାବେ ଶ୍ରୀଜଗନ୍ନାଥ ସଂସ୍କୃତି ବିରୋଧରେ ଯେଉଁଭଳି ଭାବେ ଗୋଟିଏ ପରେ ଗୋଟିଏ ଚକ୍ରାନ୍ତ ହୋଇ ଚାଲିଛି,ସେଥିପ୍ରତି ଶ୍ରୀଜଗନ୍ନାଥ ସଂସ୍କୃତି ସୁରକ୍ଷା ଅଭିଯାନ ଗଭୀର ଚିନ୍ତା ପ୍ରକଟ କରୁଛି ବୋଲି କହିଛି ସଂଗଠନ । ନିକଟ ଅତୀତରେ କାମିଆ ଜାନି ନାମ୍ନୀ ଜଣେ ଦେୟଯୁକ୍ତ ବ୍ଲଗର ଦ୍ଵାରା ଶ୍ରୀମନ୍ଦିର ତଥା ମହାପ୍ରସାଦର ପ୍ରଚାର କରାଯାଇଥିଲା। ଏହା ଅତ୍ୟନ୍ତ ଦୁର୍ଭାଗ୍ୟ ଜନକ, ଶ୍ରୀଜଗନ୍ନାଥ ସଂସ୍କୃତି ଉପରେ କୁଠାରଘାତ ବୋଲି କହିଛି ସଂଗଠନ । ହଜାର ହଜାର ବର୍ଷ ପରମ୍ପରାର ପ୍ରତୀକ ଶ୍ରୀମନ୍ଦିର ଏବଂ ଏହାର ମହାପ୍ରସାଦ କୋଟି କୋଟି ହିନ୍ଦୁଙ୍କର ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ପ୍ରସାଦ। ଏହାର ପ୍ରଚାର ପ୍ରସାର କେବଳ ଧୃଷ୍ଟତା ମାତ୍ର। ବିଶେଷ କରି ଗୋମାଂସ ଭକ୍ଷଣର ପ୍ରଚାରକାରି ଦ୍ବାରା ପ୍ରଚାର କରିବା କାହା ସ୍ୱାର୍ଥରେ ବୋଲି ପ୍ରଶ୍ନ କରିଛି ଶ୍ରୀ ଜଗନ୍ନାଥ ସଂସ୍କୃତି ସୁରକ୍ଷା ଅଭିଯାନ ର କେନ୍ଦୁଝର ଶାଖା । ଏଭଳି ଅନ୍ତର୍ଜାତି, ସନାତନ ପରମ୍ପରା ତଥା ଶ୍ରୀଜଗନ୍ନାଥ ସଂସ୍କୃତି ବିରୋଧୀ କାର୍ଯ୍ୟରେ ଲିପ୍ତ ବ୍ୟକ୍ତି ବିଶେଷଙ୍କୁ ସାମାଜିକ ବାସନ୍ଦ କରାଯାଉ ଏବଂ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ରାଜ୍ୟ ସରକାର ଏଭଳି ହିନ୍ଦୁ ବିରୋଧୀ ମାନସିକତାରୁ ନିବୃତ୍ତ ରୁହନ୍ତୁ ବୋଲି ଗଣ ବିକ୍ଷୋଭରେ ଦାବି କରାଯିବା ସଂଗେ ସଂଗେ ଏହି ଆନ୍ଦୋଳନକୁ ରାଜ୍ୟ ବ୍ୟାପୀ କରାଯିବ ବୋଲି ଶ୍ରୀମନ୍ଦିର ସଂସ୍କୃତି ସୁରକ୍ଷା
ଅଭିଯାନ ପକ୍ଷରୁ ଚେତାଇ ହେଇଛନ୍ତି ଜଗନ୍ନାଥ ସଂସ୍କୃତି ସୁରକ୍ଷା ଅଭିଯାନ କେନ୍ଦୁଝର କେନ୍ଦୁଝର ଶାଖାର ଘନଶ୍ୟାମ ମହାନ୍ତ । ଏହି କାର୍ଯ୍ୟକ୍ରମ ରେ ଦେବରାଜ ଆଚାର୍ଯ୍ୟ,ଯୋଗେନ୍ଦ୍ରନାଥ ସାହୁ,ତୁଷାରକାନ୍ତ ସାମନ୍ତ, ସୁବ୍ରତ ମହାନ୍ତି,ନିରଂଜନ ପଲେଇ, ଅଂଶୁମାନ ସବୁଜ ମହାନ୍ତ ବର୍ମା,କିରଣବାଳା ନାୟକ,ସସ୍ମିତା ପ୍ରଧାନ,ପ୍ରିୟବ୍ରତ ଜେନା,ଦୁର୍ଗା ବାରିକ,ସପନେଶ୍ୱର ସାହୁ,ସବୀର ଦାଶ ତଥା ଶତାଧିକ ହିନ୍ଦୁ ଧର୍ମ ସମର୍ଥକ ଉପସ୍ଥିତ ଥିଲେ ।