Site icon ଆଜିକାଲି

ରତ୍ନଭଣ୍ଡାର ଖୋଲିବାକୁ ରାଜ୍ୟ ସରକାରଙ୍କୁ ଶ୍ରୀମନ୍ଦିର ପରିଚାଳନା କମିଟିର ସୁପାରିଶ

ପୁରୀ : ରତ୍ନଭଣ୍ଡାର ଖୋଲିବାକୁ ରାଜ୍ୟ ସରକାରଙ୍କୁ ଶ୍ରୀମନ୍ଦିର ପରିଚାଳନା କମିଟି ସୁପାରିଶ କରିଛି । ଆଗାମୀ ରଥଯାତ୍ରା ବେଳେ ରତ୍ନଭଣ୍ଡାର ଖୋଲିବାକୁ ଶ୍ରୀମନ୍ଦିର ପରିଚାଳନା କମିଟି ସୁପାରିଶ କରିଥିବା । ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ପରିଚାଳନା ବୈଠକ ପରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଏ ସଂପର୍କରେ ସୂଚନା ଦେଇଛନ୍ତି ।

ରତ୍ନଭଣ୍ଡାର ଖୋଲିବା ନେଇ ଏକ ଉଚ୍ଚସ୍ତରୀୟ ତଦାରଖ ଟିମ୍‌ ଗଠନ ହେବ । ସୁପ୍ରିମକୋର୍ଟରେ ବା ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଟିମ୍‌ ଗଠନ ହେବ । ଭିତର ରତ୍ନଭଣ୍ଡାର ଖୋଲିବାର ସମସ୍ତ ବ୍ୟବସ୍ଥା ତଦାରଖ କରିବ ଟିମ୍‌ । ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଯାଞ୍ଚ ପାଇଁ ଏଏସ୍‌ଆଇକୁ ଅନୁମତି ଦିଆଯାଇଛି ।

Exit mobile version