Site icon ଆଜିକାଲି

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ମୃତ୍ତିକା ସଂରକ୍ଷଣ ଅଧିକାରୀ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ମୃତ୍ତିକା ସଂରକ୍ଷଣ ପରିଦର୍ଶକ ସୁଧାଂଶୁ ଶେଖର ରଣା ଆଜି ୧୧ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ କାମର ବିଲ୍ କରି ଦେବା ପାଇଁ ରାମଚନ୍ଦ୍ର ମହାକୁଡ଼ ନାମକ ଜଣେ ବ୍ୟକ୍ତିଙ୍କୁ ସେ ୧୧ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ରାମଚନ୍ଦ୍ର ସୋନପୁର ଭିଜିଲାନ୍ସ ବିଭାଗକୁ ଜଣାଇଥିଲେ।

ଯୋଜନା ମୁତାବକ ଆଜି ରାମଚନ୍ଦ୍ରଙ୍କଠାରୁ ମୃତ୍ତିକା ସଂରକ୍ଷଣ ପରିଦର୍ଶକ ସୁଧାଂଶୁ ଶେଖର ରଣା ସୋନପୁର ସହରର ପଟାଭାଡ଼ିଠାରେ ଲାଞ୍ଚ ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ତାଙ୍କୁ ସୋନପୁର ଭିଜିଲାନ୍ସ ବିଭାଗ କାର୍ଯ୍ୟାଳୟକୁ ନେଇ ପଚରାଉଚରା କରାଯାଉଛି।

Exit mobile version