Site icon ଆଜିକାଲି

ଆଜିଠୁ ଆରମ୍ଭ ହେବ ସଂସଦର ୫ ଦିନିଆ ସ୍ବତନ୍ତ୍ର ଅଧିବେଶନ

ନୂଆଦିଲ୍ଲୀ : ଆଜିଠୁ ଆରମ୍ଭ ହେଉଛି ସଂସଦର ୫ ଦିନିଆ ସ୍ବତନ୍ତ୍ର ଅଧିବେଶନ। ୨୨ ତାରିଖ ଯାଏ ଚାଲିବାକୁ ଥିବା ଏହି ଅଧିବେଶନରେ ସଂସଦର ୭୫ ବର୍ଷର ଇତିହାସ ସମ୍ପର୍କରେ ଆଲୋଚନା ହେବ । ବିଭିନ୍ନ ସଫଳତା, ଅଭିଜ୍ଞତା, ସ୍ମୃତି, ଅନୁଭୂତି ଆଦି ସମ୍ପର୍କରେ ଆଲୋଚନା ହେବ । ଏହା ସହ ଅଧିବେଶନରେ ମୁଖ୍ୟ ନିର୍ବାଚନ କମିଶନର ଓ ଅନ୍ୟାନ୍ୟ ନିର୍ବାଚନ କମିଶନର ନିଯୁକ୍ତି ବିଲ୍, ଆଇନଜୀବୀ ସଂଶୋଧନ ବିଲ୍, ପ୍ରେସ ଓ ପଞ୍ଜିକରଣ ବିଲ୍, ଡାକଘର ବିଲ୍, ଉଚ୍ଛେଦ ଓ ସଂଶୋଧନ ବିଲ୍ ସମ୍ପର୍କରେ ଆଲୋଚନା ହୋଇପାରେ । ଆସନ୍ତାକାଲିଠୁ ନୂଆ ସଂସଦ ଭବନର ଚାଲିବ ଅଧିବେଶନ ।

ସଂସଦ ଅଧିବେଶନରେ ଯୋଗ ଦେବା ଲାଗି ସମ୍ମତ ହୋଇଛନ୍ତି ଇଣ୍ଡିଆ ମେଣ୍ଟର ୨୪ଟି ଦଳ । ସେହିପରି ଜାତି ଗଣନା, ମଣିପୁର ହିଂସା, ସାମ୍ପ୍ରଦାୟିକ ହିଂସା, ମୁଦ୍ରାସ୍ଫୀତି ଆଦି ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି । ତେବେ ଆଜି ଇଣ୍ଡିଆ ମେଣ୍ଟର ସାଂସଦମାନେ ରାଜ୍ୟସଭାରେ ବିରୋଧୀ ଦଳ ନେତାଙ୍କ କକ୍ଷରେ ଏକାଠି ହୋଇ ସ୍ବତନ୍ତ୍ର ଅଧିବେଶନର ରଣନୀତି ଉପରେ କରିବେ ଆଲୋଚନା।

Exit mobile version