Site icon ଆଜିକାଲି

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି; ସଂଧ୍ୟା ୭ଟାରୁ ୧୦ ଦର୍ଶନ ବନ୍ଦ

ପୁରୀ – ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବାକୁ ଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।ବନକଲାଗି ଏକ ଗୁପ୍ତ ନୀତି। ଏଣୁ ଆଜି ଦ୍ଵିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ସନ୍ଧ୍ୟା ୭ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ଶ୍ରୀଜିଉମାନଙ୍କର ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ପରମ୍ପରା ଅନୁଯାୟୀ ଦତ୍ତ ମହାପାତ୍ର ସେବକମାନେ ବିଭିନ୍ନ ପ୍ରାକୃତିକ ରଙ୍ଗରେ ଶ୍ରୀଜିଉଙ୍କ ଶ୍ରୀମୁଖ ସିଂହାର କରିବେ। ଦ୍ଵିତୀୟ ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ଭିତରୁ ଜୟ ବିଜୟ ଦ୍ଵାର ବନ୍ଦ କରାଯିବ। ଠାକୁରଙ୍କୁ ମଇଲମ କରାଯିବା ସହ ପହୁଡ ଆଳତି କରାଯିବ। ବନକଲାଗି ନୀତି ସରିବା ପରେ ଶ୍ରୀଜିଉଙ୍କୁ ମହାସ୍ନାନ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନ ଲାଗି , ବଡ ସିଂହାର ବେଶ , ବଡ ସିଂହାର ଭୋଗ ଏବଂ ରାତ୍ର ପହୁଡ କରାଯିବ।

Exit mobile version