Site icon ଆଜିକାଲି

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ୩ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ : ଶ୍ରୀଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ ଆଜି ଦାରୁବ୍ରହ୍ମଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୬ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଭିତରେ ପ୍ରବେଶ କରିବେ। ରତ୍ନ ସିଂହାସନ ଉପରକୁ ଯାଇ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ନୀତି ଶେଷ ହେବା ପରେ ମହାପ୍ରଭୁଙ୍କୁ ମହାସ୍ନାନ, ବେଶ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନଲାଗି, ବଡ଼ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ରାତ୍ର ପହୁଡ଼ କରାଯିବ। ବନକଲାଗି ସମୟରେ ଭକ୍ତ ଶ୍ରୀମନ୍ଦିରକୁ ଯାଇ ଅନ୍ୟ ଦେବଦେବୀଙ୍କୁ ଦର୍ଶନ କରିପାରିବେ। ଆନନ୍ଦ ବଜାରରୁ ମହାପ୍ରସାଦ କିଣି ପାରିବେ।

Exit mobile version