Site icon ଆଜିକାଲି

ତୁଟିଲା ବିବାଦ, ବୁଧବାର ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି

ପୁରୀ : ତୁଟିଲା ବିବାଦ । ବୁଧବାର ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦଇତାପତି ନିଯୋଜ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି ।

ବୁଧବାରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଦତ୍ତମହାପାତ୍ର ନିଯୋଗ ସହ ଆଲୋଚନା କରିଛନ୍ତି ଜିଲ୍ଲାପାଳ। ପରିଚାଳନା କମିଟି ସଦସ୍ୟ ଓ ଦଇତାପତି ନିଯୋଗ ସହ ମଧ୍ୟ ଆଲୋଚନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୁଧବାର ଦତ୍ତମହାପାତ୍ରଙ୍କ ସହଯୋଗରେ ବନକଲାଗି ନୀତି ଅନୁଷ୍ଠିତ ହେବ ବୋଲି କହିଛନ୍ତି ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ର।

Exit mobile version