Site icon ଆଜିକାଲି

ଉତ୍କଳମଣ୍ଡପରେ ଆୟୋଜିତ ହେବ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ

ଭୁବନେଶ୍ୱର: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଉତ୍ସାହ ଓ ଉଦ୍ଦୀପନାର ସହ ଓଡ଼ିଶା ଦିବସ ପାଳନ କରିବା ପାଇଁ ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି । ଏହି କ୍ରମରେ ଭୁବନେଶ୍ୱରର ଉତ୍କଳମଣ୍ଡପଠାରେ ଶନିବାର ସନ୍ଧ୍ୟାରେ ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ଉତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଉଥିବାବେଳେ ଓଡ଼ିଶା ବିଧାନସଭାର ବାଚସ୍ପତି ବିକ୍ରମ କେଶରୀ ଆରୁଖ କାର୍ଯ୍ୟକ୍ରମରେ ସଭାପତିତ୍ୱ କରିବେ ।

ଏହି ଉତ୍ସବରେ ସମ୍ମାନିତ ଅତିଥି ଭାବରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତନ, ପଂଚାୟତିରାଜ ଓ ପାନୀୟଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ଅବକାରୀ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର, ବିଜ୍ଞାନ ଓ କାରିଗରୀ, ସରକାରୀ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର (ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର (ଉତର) ବିଧାୟକ ସୁଶାନ୍ତ କୁମାର ରାଉତ, ଭୁବନେଶ୍ୱର ମହାନଗର ନିଗମ ମେୟର ଶ୍ରୀମତୀ ସୁଲୋଚନା ଦାସ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

Exit mobile version