Site icon ଆଜିକାଲି

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ଘୂର୍ଣ୍ଣିବଳୟ ନେଲା ଲଘୁଚାପର ରୂପ

ଭୁବନେଶ୍ୱର : ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ବାତ୍ୟାର ଆଶଙ୍କା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ । ଦକ୍ଷିଣ ଆଣ୍ଡାମାନ ଓ ତାର ପାର୍ଶ୍ବବର୍ତୀ ଅଂଚଳରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଲଘୁଚାପଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତାକାଲି ଅବପାତର ରୂପ ନେବାର ସମ୍ଭାବନା ରହିଛି।

ଲଘୁଚାପଟି ପରବର୍ତ୍ତୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ଆଶଙ୍କା କରାଯାଉଛି । ୨୯ ତାରିଖରେ ଅବପାତର ରୂପ ନେବା ପରେ ହିଁ ବାତ୍ୟାର ରୂପରେଖ କ’ଣ ରହିବ ତାହା ସ୍ପଷ୍ଟ ହୋଇପାରିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ତେବେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା ୧୨ ଘଣ୍ଟାରେ ମେଘୁଆ ପାଗ ସହ ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି।

Exit mobile version