Site icon ଆଜିକାଲି

୬ ମାସ ଛୁଟିରେ ଗଲେ ସୁଜାତା କାର୍ତ୍ତିକେୟନ

ଭୁବନେଶ୍ବର : ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ପତ୍ନୀ ତଥା ରାଜ୍ୟ ଅର୍ଥ ସଚିବ ସୁଜାତା ରାଉତ କାର୍ତ୍ତିକେୟନ ୬ ମାସ ପାଇଁ ଛୁଟିରେ ଯାଇଛନ୍ତି। ନଭେମ୍ବର ୨୬ ତାରିଖ ପର୍ଯ୍ୟନ୍ତ ସୁଜାତା କାର୍ତ୍ତିକେୟନ ଛୁଟିରେ ଯାଇଛନ୍ତି। ଝିଅର ଦଶମ ପରୀକ୍ଷା ପ୍ରସ୍ତୁତି ପାଇଁ ଛୁଟିରେ ରହି ଥିବା ଜଣାପଡ଼ିଛି। ନିର୍ବାଚନବେଳେ ବିଜେଡିର ଏଜେଣ୍ଟ ଭଳି ସୁଜାତା କାର୍ତ୍ତିକେୟନ କାମ କରିଥିବା ଅଭିଯୋଗ ହୋଇଥିଲା। ବିଜେପିର ଅଭିଯୋଗ ପରେ ସୁଜାତାଙ୍କୁ ମିଶନ ଶକ୍ତି ବିଭାଗରୁ ହଟାଇ ଦିଆଯାଇଥିଲା। ଏହା ପରେ ବି ସେ ବିଜେଡି ପାଇଁ କାମ କରୁଥିଲେ। ଏହି ଅଭିଯୋଗ ଆଣି ନିଲମ୍ବନ କରିବାକୁ ବିଜେପି ଦାବି କରିଥିଲା। ଏ ସଂକ୍ରାନ୍ତରେ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦେଶ ନାମା ପ୍ରକାଶ ପାଇଛି। ଏହି ନିର୍ଦେଶନାମାରେ ଉଲ୍ଲେଖ କରାଯାଇଛି ଯେ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ସୁଜାତ କାର୍ତ୍ତିକେୟନ ମେ’ ୩୧ତାରିଖରୁ ନଭେମ୍ବର ୨୬ତାରିଖ ପର୍ଯ୍ୟନ୍ତ ଛୁଟିରେ ଯାଇଛନ୍ତି । ତାଙ୍କ ଝିଅ ଦଶମ ପରୀକ୍ଷା ଦେବାକୁ ଥିବାରୁ ତା’ର ଯତ୍ନ ନେବା ପାଇଁ ସୁଜାତା ଛୁଟି ନେଇଥିବା ଦର୍ଶାଇଛନ୍ତି । ସର୍ବଭାରତୀୟ ପ୍ରଶାସନିକ ସେବା ରୁଲସ୍‌-୧୯୫୫ର ରୁଲ (୧୮-ଘ)ରେ ଥିବା ପ୍ରାବଧାନ ଅନୁସାରେ ସୁଜାତାଙ୍କୁ ଏହି ଛୁଟି ମଞ୍ଜୁର ହୋଇଥିବା ସାଧାରଣ ପ୍ରଶାସନ ବିଭାଗ ଦର୍ଶାଇଛି । ସୁଜାତାଙ୍କର ପିଲାର ଯତ୍ନ ପାଇଁ ନେଇଥିବା ଅବଧିର ଛୁଟିକୁ ସାଧାରଣ ଛୁଟିରୁ ବାଦ୍ ଦିଆଯିବ ନାହିଁ । ପିଲାର ଯତ୍ନ ପାଇଁ ନେଇଥିବା ଛୁଟିକୁ ସବୈତନିକ ଛୁଟି ଭାବେ ବିବେଚନା କରାଯିବ ଓ ଛୁଟି ସରିବା ପରେ ଉକ୍ତ ଦରମା ପାଇବାକୁ ସେ ହକଦାର ହେବେ ବୋଲି ନିର୍ଦେଶରେ ଉଲ୍ଲେଖ ରହିଛି ।

Exit mobile version