Site icon ଆଜିକାଲି

ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର, ବିଜେଡିରୁ ବହିଷ୍କୃତ

ଭୁବନେଶ୍ଵର: ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ସୁଜିତ କୁମାର। ୨୦୨୦ରେ ବିଜେଡି ପକ୍ଷରୁ ରାଜ୍ୟସଭାକୁ ଯାଇଥିବା ସୁଜିତ କୁମାର ଶୁକ୍ରବାର ନିଜ ଇସ୍ତଫା ପତ୍ର ରାଜ୍ୟସଭା ଅଧ୍ୟକ୍ଷଙ୍କ ନିକଟକୁ ପଠାଇଛନ୍ତି। ୨୦୨୬ରେ ତାଙ୍କ କାର୍ଯ୍ୟକାଳ ସରିବାକୁ ଥିବାବେଳେ ୨ ବର୍ଷ ପୂର୍ବରୁ ସେ ଇସ୍ତଫା ଦେଇଛନ୍ତି।

ଅପରପକ୍ଷେ, ବିଜେଡିରୁ ବହିଷ୍କୃତ ହୋଇଛନ୍ତି ସୁଜିତ କୁମାର। ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବିଜେଡିରୁ ବହିଷ୍କାର କରାଯାଇଥିବା ସୂଚନା ମିଳିଛି।

Exit mobile version