Site icon ଆଜିକାଲି

୧୮ ତାରିଖ ଯାଏଁ ଜାରି ରହିବ ଗ୍ରୀଷ୍ମ ପ୍ରବାହ, ଆଜି ୮ଟି ଜିଲ୍ଲାକୁ ହିଟ୍ ୱେଭ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ ଆଜି ମଧ୍ୟ ଅନୁଭୂତ ହେବ ପ୍ରବଳ ଗରମ ଓ ଗୁଳୁଗୁଳି। ୧୮ ତାରିଖ ଯାଏଁ କଲବଲ କରିବ ତାତି । ଆଭ୍ୟନ୍ତରୀଣ ଓଡ଼ିଶାରେ ହିଟ୍ ୱେଭ ସ୍ଥିତି ଜାରି ରହିବ । ବିଭିନ୍ନ ସ୍ଥାନରେ ସ୍ୱାଭାବିକଠାରୁ ୩ ରୁ ୫ ଡିଗ୍ରୀ ଏବଂ କିଛି ଜିଲ୍ଲାରେ ୭ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବା ସମ୍ଭାବନା ରହିଛି । କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଅତିକ୍ରମ କରିପାରେ । ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଆଜି ୮ଟି ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହି ଜିଲ୍ଲାଗୁଡିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ସୋନପୁର, ଅନୁଗୁଳ, ଦେବଗଡ଼ ଓ ବଲାଙ୍ଗିର । ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାର ୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ଦିନ ୧୧ଟାରୁ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ପିକ୍ ଆଓ୍ୱାର ଘୋଷଣା କରାଯାଇଛି । ଏହି ସମୟରେ ବୟସ୍କ ଏବଂ ଶିଶୁ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି ।

Exit mobile version