ମେଷ: ଆଜି ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ଧନଲାଭର ଯୋଗ ରହିଛି। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।
ପ୍ରତିକାର-ହଳଦୀ ରଙ୍ଗର ଚନ୍ଦନର ଟିକା ମଥାରେ ଲଗାନ୍ତୁ।
ବୃଷ: ଆଜି ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଦେଖାଦେବ । ମହିଳାମାନେ ଘରେ ବାହାରେ ସବୁଠି ପ୍ରସଶନୀୟା ହେବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।
ପ୍ରତିକାର-ମା କାଳୀଙ୍କ ପାଖରେ ସାତଟି ନୀଳ ଅପରାଜିତା ଫୁଲ ଚଢାନ୍ତୁ।
ମିଥୁନ: ଆଜି କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବେ। ଆର୍ଥିକ ଉନ୍ନତି ଘଟିବ ଯାହା ଫଳରେ ଭାରାକ୍ରାନ୍ତର ମନ ପ୍ରଫୁଲ୍ଲିତ ରହିବ। ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଯାନ ବାହାନ ଚଳାଚଳରେ ସାବଧାନତା ଅବଲମ୍ବନ କରନ୍ତୁ।
ପ୍ରତିକାର-ଅଶ୍ବତ୍ଥ ବୃକ୍ଷ ମୂଳରେ କଞ୍ଚା କ୍ଷୀର କଳାରାଶି ମିଶାଇ ଢାଳନ୍ତୁ ।
କର୍କଟ: ଆଜି ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲରେ କଟିବ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
ପ୍ରତିକାର-ହନୁମାନଙ୍କ ପାଖରେ ରାଶି ତେଲର ଦୀପଟିଏ ଜାଳନ୍ତୁ ।
ସି˚ହ: ଆଜି ଦୈବୀ କୃପା ଲାଭ କରିବା ସହିତ ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ସ୍ବାଦିଷ୍ଠ ଭୋଜନ ମିଳିବ। ସ୍ବାସ୍ଥ୍ୟ ପ୍ରତି ଟିକେ ଧ୍ଯାନ ଦିଅନ୍ତୁ।
ପ୍ରତିକାର- ଗୁଡ଼ ପାଣିରେ ସୂର୍ଯ୍ୟଙ୍କୁ ଅର୍ଘ୍ୟ ପ୍ରଦାନ କରନ୍ତୁ
କନ୍ୟା: ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। କୋୖଣସି ଅନୁଷ୍ଠାନ ତରଫରୁ ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ମିଳିବ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ।
ପ୍ରତିକାର-ସାତଟି ପାନ ପତ୍ର ଗଣେଶଙ୍କୁ ଚଳାନ୍ତୁ।
ତୁଳା: ଆଜି ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବ୍ୟବସାୟୀମାନେ ଲାଭବାନ ହେବେ। ଯାନ ବାହାନ ପ୍ରାପ୍ତିର ଯୋଗ ରହିଛି।
ପ୍ରତିକାର-ଦରିଦ୍ର ଅସହାୟ ବ୍ୟକ୍ତିଙ୍କୁ କିଛି ଖାଦ୍ୟ ପ୍ରଦାନ କରନ୍ତୁ।
ବିଛା: ଆଜି ମନରେ ଧାର୍ମିକ ଚିନ୍ତାଧାରା ସୃଷ୍ଟି ହେବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନର ବାଟ ଫିଟିବ।
ପ୍ରତିକାର-ଗାୟତ୍ରୀ ମନ୍ତ୍ରକୁ ୨୭ଥର ଜପ କରନ୍ତୁ ।
ଧନୁ: ଆଜି ଦିନଟି ଆର୍ଥିକ ଲାଭ ପାଇଁ ଭଲ ରହିବ । କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
ପ୍ରତିକାର-ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ ।
ମକର: ଆଜି ପରିବାରରୁ ସ୍ନେହ ଶ୍ରଦ୍ଧା ସହାନୁଭୂତି ପାଇବେ । ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ।
ପ୍ରତିକାର- ପିତା ମାତାଙ୍କ ପାଦ ସ୍ପର୍ଶ କରି କାର୍ଯ୍ୟ କ୍ଷେତ୍ରକୁ ଯାଆନ୍ତୁ।
କୁମ୍ଭ: ଆଜି ପିତାମାତାଙ୍କ ଆଶ୍ରିର୍ବାଦରୁ ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍ କରିବେ। ବକେୟା ପ୍ରାପ୍ୟ ପାଇଁ ବିବାଦ ହୋଇପାରେ। ଦାମ୍ପତ୍ୟ ଜୀବନରେ ସୁଖ ଶାନ୍ତି ମିଳିବ।
ପ୍ରତିକାର- କିଛି ଦୁବଘାସ ଗାଈକୁ ଖାଇବାକୁ ଦିଅନ୍ତୁ।
ମୀନ: ଆଜି ଆଧାତ୍ମିକ ଭାବନାରେ ସମୟ କଟିବ। ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ। କଳା ସାହିତ୍ୟ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।
ପ୍ରତିକାର- ମିଠା ଦହି ଖାଇ କାର୍ଯ୍ୟ ଆରମ୍ଭ କରନ୍ତୁ।