Site icon ଆଜିକାଲି

ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଶୁଭମନ୍ ଗିଲ୍ ଡେଙ୍ଗୁ ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ : ଭାରତ ଦ୍ୱାରା ଆୟୋଜିତ ଏକ ଦିବସୀୟ ବିଶ୍ୱକପ ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ ଡିଫେଣ୍ଡିଂ ଚାମ୍ପିଅନ୍ ଇଂଲଣ୍ଡକୁ ୯ ୱିକେଟରେ ପରାସ୍ତ କରି ବିଜୟ ସହ ଟୁର୍ଣ୍ଣାମେଣ୍ଟ ଆରମ୍ଭ କରିଥିଲା। ଏହି ସମୟରେ ଭାରତୀୟ କ୍ରିକେଟ ଫ୍ୟାନ୍ସଙ୍କ ପାଇଁ ଏବେ ଏକ ଦୁଖଃଦ ଖବର ଆସିଛି। ଟିମ୍ ଇଣ୍ଡିଆର ଜଣେ ଷ୍ଟାର ବ୍ୟାଟ୍ସମ୍ୟାନ୍ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ମ୍ୟାଚରେ ସାମିଲ ହୋଇପାରିବେ ନାହିଁ ।

ଟିମ୍ ଇଣ୍ଡିଆକୁ ଏକ ବଡ ଝଟକା ଲାଗିଛି । ଜବରଦସ୍ତ ଫର୍ମରେ ଥିବା ଟିମ୍ ଇଣ୍ଡିଆର ଷ୍ଟାର କ୍ରିକେଟର୍ ଶୁବମନ ଗିଲଙ୍କୁ ଡେଙ୍ଗୁ ହୋଇଥିବା ଖବର ଏବେ ସାମ୍ନାକୁ ଆସିଛି। ବିଶ୍ୱକପରେ ଭାରତ ନିଜ ଇନିଂସ୍ ଆରମ୍ଭ କରିବାକୁ ଯାଉଥିବା ବେଳେ ପ୍ରଥମ ମ୍ୟାଚ୍ ପୂର୍ବରୁ ଦଳ ପାଇଁ ଏହା ହେଉଛି ଏକ ଚିନ୍ତାଜନକ ଖବର। ରକ୍ତନମୂନା ପରୀକ୍ଷା କରାଯିବା ପରେ ଶୁବମନ ଗିଲ୍ ଡେଙ୍ଗୁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ମିଡିଆ ରିପୋର୍ଟ ଅନୁଯାୟୀ, ବାମହାତୀ ବ୍ୟାଟ୍ସମ୍ୟାନ୍ ଶୁବମାନ ଗିଲ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରେ ଖେଳିବା କଷ୍ଟକର। ସୂଚନା ଅନୁସାରେ ସେ ଏବେ ଚେନ୍ନାଇରେ ଅଛନ୍ତି ଏବଂ ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ତେବେ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍‌ରେ ଖେଳିବା ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ବିଧିବଦ୍ଧ ନିଶ୍ଚିତକରଣ ହୋଇନାହିଁ।

Exit mobile version