Site icon ଆଜିକାଲି

ଆଜି ମିଳିବ କାଳିଆ ସହାୟତା ରାଶି, ସମସ୍ତ ଜିଲ୍ଲାରେ କାଳିଆ କେନ୍ଦ୍ର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜି ଚାଷୀମାନଙ୍କୁ ମିଳିବ କାଳିଆ ସହାୟତା ଅର୍ଥ । ଖରିଫ ଚାଷ ପାଇଁ ମିଳିବ କାଳିଆ ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ହିତାଧିକାରୀଙ୍କୁ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସହାୟତା ଅର୍ଥ ବଣ୍ଟନର ଶୁଭାରମ୍ଭ କରିବେ । ୪୬ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନ କୃଷକ ପରିବାର ଉପକୃତ ହେବେ । ୯୩୩ କୋଟିରୁ ଅଧିକ ଟଙ୍କାର ସହାୟତା ଡିବିଟି ମାଧ୍ୟମରେ ପ୍ରଦାନ କରାଯିବ । ଏହାଛଡା ୧୮ ଲକ୍ଷରୁ ଅଧିକ ଭୂମିହୀନ କୃଷକ ପରିବାରଙ୍କୁ ୩୬୦ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ପ୍ରଦାନ ସହ ୩୦ଟି ଜିଲ୍ଲାରେ କାଳିଆ କେନ୍ଦ୍ରର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ।

Exit mobile version