Site icon ଆଜିକାଲି

ଭୂକମ୍ପରେ ଥରିଲା ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜ


ପୋର୍ଟ ବ୍ଲେୟାର : ଶକ୍ତିଶାଳୀ ଭୂକମ୍ପରେ ଥରିଲା ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜ । ରିକ୍ଟର ସ୍କେଲରେ ତୀବ୍ରତା ୬.୧ ରେକର୍ଡ କରାଯାଇଛି । ଶୁକ୍ରବାର ବିଳମ୍ବିତ ରାତି ପ୍ରାୟ ୨ଟା ୨୩ ମିନିଟ ସମୟରେ ଏହି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ଏନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭୂକମ୍ପ ପାଇଁ ସ୍ଥାନୀୟ ଅଞ୍ଚଳରେ ଭୟର ବାତବରଣ ଖେଳିଯାଇଥିବା ବେଳେ ସୁନାମୀ ପାଇଁ କୌଣସି ସର୍ତକତା ଜାରି କରାଯାଇନାହିଁ ।
ଏହି ଭୂକମ୍ପ ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜ କାମ୍ପବେଲ ବେର ଦକ୍ଷିଣ ଦକ୍ଷିଣପୂର୍ବରୁ ୪୩୧ କିଲୋମିଟର ଦୂରରେ ଅନୁଭୂତ ହୋଇଛି । ଏହି ଶକ୍ତିଶାଳୀ ଭୂକମ୍ପରେ ଲୋକମାନେ ଭୟଭୀତ ହୋଇଯାଇଥିବା ସୂଚନା ରହିଛି । ଭୂମିକମ୍ପରେ କ୍ଷୟକ୍ଷତିର ଆକଳନ କରୁଛି ସଂସ୍ଥା । ବର୍ତ୍ତମାନ ସୁନାମିର ଭୟ ନଥିବା ବେଳେ ଶକ୍ତିଶାଳୀ ଭୂକମ୍ପ ଝଟକା ପୃଥିବୀ ପୃଷ୍ଠରେ ବିଶେଷ କ୍ଷତି ହୋଇନଥିବା ନେଇ ଆକଳନ କରାଯାଇଛି ।
ଏହାର ଗଭୀରତା ୭୫ କିଲୋମିଟର ଆକଳନ କରାଯାଇଛି । ଏହାର ଅକ୍ଷାଂଶ ୩.୭୧ ରହିଥିବାବେଳେ ଦ୍ରାଘିମା ୯୫.୯୬ର ରହିଥିଲା। ଭୂକମ୍ପରେ ବିଶେଷ କ୍ଷୟକ୍ଷତି ହୋଇନଥିବା ବେଳେ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି । ଏହା ପୂର୍ବରୁ ମେ ୮ ତାରିଖ ରାତିରେ ଆଣ୍ଡାମାନ ନିକୋବର ଦ୍ବୀପପୁଞ୍ଜ କାମ୍ପବେଲ ବେରେ ଭୂକମ୍ପ ହୋଇଥିଲା । ବିଳମ୍ବିତ ରାତି ପ୍ରାୟ ୧ଟା ୧୧ ମିନିଟରେ ଭୂକମ୍ପ ଅନୁଭୂତ ହୋଇଥିବା ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଥିଲା ।
ଏହା ଦ୍ବୀପପୁଞ୍ଜର ଏନଏନଇ କାମ୍ପବେଲ ବେ ଠାରୁ ୮୫ କିଲୋମିଟର ଦୂରରେ ଅନୁଭୂତ ହୋଇଥିଲା । ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିଲା । ଭୂକମ୍ପକୁ ନେଇ ଲୋକଙ୍କ ମଧ୍ୟରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଥିଲା ।

Exit mobile version