Site icon ଆଜିକାଲି

ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେଲା ବାଇକ୍ : ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

ଆନନ୍ଦପୁର : ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେଲା ବାଇକ୍ । ଦୁର୍ଘଟଣାରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ବାମୀ ଗୁରୁତର ହୋଇଛନ୍ତି । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ଘଷିପୁରା ଥାନା ଦାନ୍ତୁଆଣି ଛକ ନିକଟରେ ଘଟିଛି ଦୁର୍ଘଟଣା ।

ସୂଚନା ଯେ, କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘଷିପୁରା ଥାନା ଦାନ୍ତୁଆଣି ଛକ ନିକଟରେ ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଘଟଣାସ୍ଥଳରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ସ୍ବାମୀଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସ୍ଥାନୀୟ ଦାନ୍ତୁଆଣି ଗ୍ରାମର ଲକ୍ଷ୍ମଣ ଟୁଡୁ ଓ ତାଙ୍କ ସ୍ତ୍ରୀ ମେନକା ବାଇକ୍ ଯୋଗେ ଯାଉଥିବା ସମୟରେ ହଠାତ ରାସ୍ତା ଉପରକୁ ଏକ ଗାଈ ଚାଲିଆସିଥିଲା । ଫଳରେ ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି ।

Exit mobile version