Site icon ଆଜିକାଲି

ଟ୍ରକକୁ ପିଟିଲା ବସ୍‌, ୭ ଆହତ

ଭଦ୍ରକ : ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଜାତୀୟ ରାଜପଥରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ଚିକିତ୍ସା ଲାଗି ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନା ଯେ, ଭଦ୍ରକ ଜିଲା ୧୬ ନଂ ଜାତୀୟ ରାଜପଥର ବୀଣା ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି । ଗତକାଲି ରାତିରେ ବସ୍‌ଟି ଭୁବନେଶ୍ୱରରୁ କୋଲକାତା ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଜାତୀୟ ରାଜପଥ-୧୬ର ବୀଣା ପେଟ୍ରେଲ ପମ୍ପ ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରକ୍‌କୁ ପଛପଟୁ ଧକ୍କା ଦେବାରୁ ଏପରି ଅଘଟଣ ଘଟିଥିଲା। ଦୁର୍ଘଟଣା ପରେ ବସ୍‌ର ଡ୍ରାଇଭର ଓ କଣ୍ଡକ୍ଟର ଫେରାର ହୋଇଯାଇଛନ୍ତି। ଘଟଣାସ୍ଥଳରେ ସ୍ଥାନୀୟ ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି।

Exit mobile version