Site icon ଆଜିକାଲି

କାମାକ୍ଷାନଗର ସଡ଼କ ଦୁର୍ଘଟଣାରେ ମୃତକଙ୍କ ପରିବାରବର୍ଗଙ୍କୁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଢେଙ୍କାନାଳ ଜିଲା କାମାକ୍ଷାନଗରରେ ଆଜି ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୁର୍ଘଟଣାରେ ଲୋକଙ୍କ ପ୍ରାଣହାନି ହୋଇଥିବା ବିଷୟରେ ଜାଣି ସେ ଦୁଃଖିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସମସ୍ତଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

ସେହିପରି କାମାକ୍ଷାନଗର ସଡ଼କ ଦୁର୍ଘଟଣାରେ ମୃତ ୫ ଜଣଙ୍କ ପରିବାରଙ୍କୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରାଯାଇଛି । ମୃତକଙ୍କ ପରିବାରକୁ ୧ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସହାୟତା ନେଇ ମନ୍ତ୍ରୀ ପ୍ରଫୁଲ ମଲ୍ଲିକ ସୂଚନା ଦେଇଛନ୍ତି। ଏହାଛଡା ମୃତକଙ୍କ ପରିବାରକୁ ଆଉ ୨୦,୦୦୦ ଟଙ୍କା ଲେଖାଏଁ ସହାୟତା ଜିଲା ରେଡକ୍ରସ ଫଣ୍ଡରୁ ଦିଆଯିବ।

Exit mobile version