Site icon ଆଜିକାଲି

ଓଏଭିର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶା ଆଦର୍ଶ ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଶମ, ଦ୍ୱାଦଶ ଓ ଜେଇଇରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ସହ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ଓ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ । ଦ୍ଵାଦଶ ଶ୍ରେଣୀ ପରୀକ୍ଷାରେ ୯୫ ପ୍ରତିଶତ ଉପରେ ରଖିଥିବା ୫ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ନବୀନ । ସେହିପରି ଦଶମ ଶ୍ରେଣୀରେ ଭଲ ନମ୍ବର ରଖି କୃତକାର୍ଯ୍ୟ ହୋଇଥିବା ୨ ଜଣଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଅବସରରେ କୃତୀ ଛାତ୍ରଛାତ୍ରୀଙ୍କ ସହ କଥା ହୋଇଥିଲେ ମୁଖ୍ୟମନ୍ତ୍ରୀ ଓ ୫-ଟି ସଚିବ । ଛାତ୍ରଛାତ୍ରୀଙ୍କୁ ଆଗକୁ ଆହୁରି ଭଲ କରିବାକୁ ପରାମର୍ଶ ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Exit mobile version