Site icon ଆଜିକାଲି

ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଭୁବନେଶ୍ୱର ଜନତା ମଇଦାନରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହିଥିଲେ। ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ତିନିଦିନିଆ ସମ୍ମିଳନୀରେ ଦେଶ ବିଦେଶର ଶତାଧିକ ଲେଖକ, ସାହିତ୍ୟିକ ଓ ଭାଷାବିତଙ୍କ ସମାଗମ ହୋଇଛି। ଅନ୍ତର୍ଜାତୀୟ ସ୍ତରର ବହୁ ବିଶିଷ୍ଟ ଭାଷାବିତ୍‌‌ ଏଥିରେ ଉପସ୍ଥିତ ରହିଛନ୍ତି। ଏହି କାର୍ଯ୍ୟକ୍ରମକୁ ସମସ୍ତଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଶାସନ ସଚିବ ତଥା କମିଶନର ସୁଜାତା ଆର୍‌‌. କାର୍ତ୍ତିକେୟନ୍‌‌ ସ୍ୱାଗତ କରିଥିଲେ।

ସମ୍ମିଳନୀକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଆ ଭାଷା ଏକ ଶାସ୍ତ୍ରୀୟ ଭାଷା । ଓଡ଼ିଆ ଭାଷାରେ ନୂଆ ନୂଆ ଶବ୍ଦ ଯୋଡ଼ି ହେଉଛି । ଓଡ଼ିଆ ଭାଷାର ଅଧିକ ବ୍ୟବହାର ଉପରେ ଆଲୋଚନା ହେଉ। ଆମେ ଭବିଷ୍ୟତ ପାଇଁ ନିଜେ ନିଜର ରାସ୍ତା ତିଆରି କରିବା ଓଡ଼ିଆ ଭାଷାର ଉନ୍ନତି ପାଇଁ ସମସ୍ତେ ମିଳିମିଶି କାମ କରିବା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Exit mobile version