Site icon ଆଜିକାଲି

ଶିଳ୍ପ ଓ ବାଣିଜ୍ୟର ମହାକୁମ୍ଭ ‘ମେକ ଇନ୍ ଓଡିଶା କନକ୍ଲେଭ’ କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ବର : ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୨ର ତୃତୀୟ ସଂସ୍କରଣ ଉଦଘାଟିତ । ଏହି ଶିଳ୍ପ ଓ ବାଣିଜ୍ୟ ମହାକୁମ୍ଭକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଏହି ଅବସରରେ ଜାପାନ, ଜର୍ମାନୀ, ନରୱେ ଓ ନେପାଳର ରାଷ୍ଟ୍ରଦୂତଙ୍କ ସହ ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିସନର ପ୍ରଦୀପ ଜେନା, ଶିଳ୍ପ ସଚିବ ହେମନ୍ତ ଶର୍ମା ଏବଂ ୫-ଟି ସଚିବ ଭି.କେ. ପାଣ୍ଡିଆନ୍ ମଞ୍ଚରେ ମୁଖ୍ୟମନ୍ତ୍ରୀଙ୍କ ସହ ରହିଥିଲେ।

ଦେଶବିଦେଶର ଶିଳ୍ପପତିମାନଙ୍କୁ ନେଇ ଏହି ବହୁ ପ୍ରତୀକ୍ଷିତ ମହାସମାବେଶ ରାଜଧାନୀର ଜନତା ମଇଦାନରେ ଆରମ୍ଭ ହୋଇଛି। ଦେଶବିଦେଶରୁ ୧୦୦ରୁ ଅଧିକ ଶିଳ୍ପପତି ଏହି ସମାବେଶରେ ଯୋଗଦେବେ । ମେକ ଇନ୍ ଓଡ଼ିଶା କନକ୍ଲେଭର ତୃତୀୟ ସଂସ୍କରଣରେ ୬ ଲକ୍ଷ କୋଟି ଟଙ୍କାରୁ ଅଧିକ ନିବେଶ ପ୍ରସ୍ତାବ ଓଡ଼ିଶାକୁ ଆସିବ ବୋଲି ଆଶା କରାଯାଉଛି। ଏହା ପୂର୍ବରୁ ୨୦୧୬ ଏବଂ ୨୦୧୮ରେ ଅନୁଷ୍ଠିତ ଦୁଇଟିଯାକ ସମ୍ମିଳନୀରେ ଆସିଥିବା ମୋଟ ନିବେଶ ପ୍ରସ୍ତାବ ତୁଳନାରେ ଏଥର ଅଧିକ ନିବେଶ ପ୍ରସ୍ତାବ ଆସିବ ବୋଲି ରାଜ୍ୟ ସରକାର ଆଶା କରୁଛନ୍ତି ।

ମେକ ଇନ ଓଡ଼ିଶାରେ ଦେଶ ବିଦେଶର ୧୦୦ରୁ ଅଧିକ ଶିଳ୍ପପତି ଅଂଶଗ୍ରହଣ କରୁଛନ୍ତି । ୭ଟି ପ୍ରମୁଖ କ୍ଷେତ୍ର ଉପରେ କାର୍ଯ୍ୟକ୍ରମରେ ଫୋକସ ରହିବ । ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି କନକ୍ଲେଭର ତୃତୀୟ ସଂସ୍କରଣରେ ମେଟାଲ ଓ ମିନେରାଲ, ପେଟ୍ରୋକେମିକାଲ୍ସ, ଟେକ୍ସଟାଇଲ, ଫୁଡ଼ ପ୍ରୋସେସିଙ୍ଗ, ଅକ୍ଷୟ ଶକ୍ତି, ପର୍ଯ୍ୟଟନ ଏବଂ ଆଇଟି ସେକ୍ଟରକୁ ଅଧିକ ଫୋକସ ରହିବ । ଚଳିତ ଥର ଜାପାନ, ନରୱେ ଏବଂ ଜର୍ମାନୀର ସହଯୋଗୀ ରାଷ୍ଟ୍ର ରହିଥିବା ବେଳେ ମିତ୍ତଲ, ବିର୍ଲା, ବେଦାନ୍ତ, ଜିନ୍ଦଲ କମ୍ପାନୀ ଗ୍ରୁପ ଭଳି ବଡ଼ ବଡ଼ କମ୍ପାନୀର ମୁଖ୍ୟମାନେ ଏଥିରେ ଯୋଗ ଦେବେ ।

Exit mobile version