Site icon ଆଜିକାଲି

ରାଜ୍ୟସ୍ତରୀୟ ଆଦିବାସୀ ମେଳା ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଉଦଘାଟିତ ହୋଇଛି ‘ରାଜ୍ୟସ୍ତରୀୟ ଆଦିବାସୀ ମେଳା-୨୦୨୩’। ଭୁବନେଶ୍ବର ୟୁନିଟ୍‌‌-୧ ଆଦିବାସୀ ପଡ଼ିଆରେ ମେଳାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଦିବାସୀ ମହିଳାଙ୍କ ସହ ଫଟୋ ଉଠାଇବା ସହ ଷ୍ଟଲ୍ ବୁଲି ଦେଖିଛନ୍ତି ।

ମେଳା ୧୫ ଦିନ ଧରି ଚାଲିବ । ଆଦିବାସୀ ଗ୍ରାମ, ଜନଜାତି ସ୍ୱୟଂ ସହାୟକ ଗୋଷ୍ଠୀ ପ୍ରକୋଷ୍ଠ, ଆଦିବାସୀ ହାଟ, ଆଦିବାସୀ କଳା ସାମଗ୍ରୀ, ଖାଦ୍ୟ ବଜାର ଆଦି ପ୍ରସ୍ତୁତ କରାଯାଇଛି । ଏଥର ୧୦ଟି ଆଦିବାସୀ ଗ୍ରାମ ସମେତ ୧୨୧ଟି ଷ୍ଟଲରେ ଜନଜାତିମାନେ ସେମାନଙ୍କ କଳା ସାମଗ୍ରୀ, ଜଙ୍ଗଲଜାତ ସାମଗ୍ରୀ ବିକ୍ରି କରିବେ । ଅପରାହ୍ନ ସାଢ଼େ ୨ଟାରୁ ରାତି ୯ଟା ଯାଏ ମେଳା ଖୋଲା ରହିବ ।

Exit mobile version