Site icon ଆଜିକାଲି

ଆଜି ୩୨୮ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ ଉତ୍ସବ। ଆଜି ଦ୍ବିତୀୟ ଦିନରେ ୫ଟି ଜିଲାର ୩୨୮ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିମଧ୍ୟରେ ରହିଛି କୋରାପୁଟ ଜିଲାରେ ୫୮, ବଲାଙ୍ଗୀରର ୧୦୦, ସମ୍ବଲପୁରର ୬୧, ପୁରୀର ୫୩ ଓ କେନ୍ଦ୍ରାପଡ଼ାର ୫୬ଟି ହାଇସ୍କୁଲ ।

ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩ ହଜାର ୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି । ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬ ହଜାର ୧୩୨ଟି ସ୍କୁଲ ରୂପାନ୍ତରିତ ହେବ ।ଆଉ ୬ ମାସ ମଧ୍ୟରେ ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟର ସବୁ ସରକାରୀ ହାଇସ୍କୁଲ ରୂପାନ୍ତରିତ ହେବ । ଗତକାଲି ୪ଟି ଜିଲ୍ଲାର ୩୫୭ଟି ସ୍କୁଲ ଲୋକାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଛାତ୍ରଛାତ୍ରୀଙ୍କ ସଫଳତା ହେଉଛି ଓଡିଶାର ସଫଳତା । ଜୀବନରେ ୫-ଟିର ଉପଯୋଗ କଲେ ପିଲାମାନେ ସବୁକ୍ଷେତ୍ରରେ ସଫଳ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Exit mobile version