Site icon ଆଜିକାଲି

ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଙ୍କକକୁ ବିମାନ ସେବା ପାଇଁ ଆଜି ଅଗ୍ରୀମ ଟିକେଟ ବିକ୍ରିର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ମାସରୁ ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଙ୍କକକୁ ଉଡିବ ବିମାନ । ରାଜ୍ୟ ସରକାରଙ୍କ ଦ୍ୱାରା ସଂପୂର୍ଣ୍ଣ ପ୍ରାୟୋଜିତ ଏହି ଆନ୍ତର୍ଜାତିକ ବିମାନ ସେବା ପାଇଁ ଅଗ୍ରୀମ ଟିକେଟ ବିକ୍ରିର ଆଜି ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଇଣ୍ଡିଗୋ ଏହି ବିମାନ ସେବା ଆସନ୍ତାମାସ ୪ ତାରିଖରୁ ଆରମ୍ଭ କରିବ । ଓଡ଼ିଶାବାସୀଙ୍କୁ ସ୍ୱଳ୍ପ ମୂଲ୍ୟରେ ଏହି ବିମାନ ସେବା ଯୋଗାଇଦେବାକୁ ଉଭୟ ସିଙ୍ଗାପୁର ଓ ବ୍ୟାଙ୍କକ ସହରକୁ ଯିବା ଓ ଆସିବା ପାଇଁ ପ୍ରାରମ୍ଭିକ ଭାବେ ଟିକେଟ ମୂଲ୍ୟ ୧୫ ହଜାର ଟଙ୍କା ରଖାଯାଇଛି।

ଭୁବନେଶ୍ୱରରୁ ସିଙ୍ଗାପୁର ଅଭିମୁଖେ ବିମାନ ସକାଳ ୬ଟା ୨୫ରୁ ଉଡାଣ ଆରମ୍ଭ କରିବ । ସିଙ୍ଗାପୁରରେ ଦିନ ଗୋଟାଏ ପାଞ୍ଚ ମିନିଟରେ ବିମାନ ପହଞ୍ଚିବ । ସିଙ୍ଗାପୁରରୁ ବିମାନ ଦିନ ୨ଟା ୧୦ରୁ ବାହାରି ଅପରାହ୍ନ ୩ଟା ୫୦ ମିନିଟରେ ଭୁବନେଶ୍ବରର ପହଞ୍ଚିବ । ଭୁବନେଶ୍ୱର-ବ୍ୟାଙ୍କକ ବିମାନ ଅପରାହ୍ନ ୪ଟା ୫୦ ମିନିଟରେ ବାହାରି ରାତି ୯ଟା ୧୦ରେ ବ୍ୟାଙ୍କକରେ ପହଞ୍ଚିବ । ବ୍ୟାଙ୍କକରୁ ବିମାନ ରାତି ୧୦ଟା ୧୦ ମିନିଟରେ ବାହାରି ରାତି ୧୧ଟା ୧୫ ମିନିଟରେ ଭୁବନେଶ୍ବରରେ ପହଞ୍ଚିବ ।

Exit mobile version