Site icon ଆଜିକାଲି

ଆଜି ୫ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଅଧାରୁ ଅଧିକ ଜିଲ୍ଲାରେ ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନା କାର୍ଯ୍ୟକାରୀ ହୋଇସାରିଥିବା ବେଳେ ଆଜି ଆଉ ୫ଟି ଜିଲ୍ଲାରେ ଯୋଜନାର ଶୁଭାରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନସିଂ ଜରିଆରେ କଟକ, ସମ୍ବଲପୁର, ଝାରସୁଗୁଡ଼ା, ସୁବର୍ଣ୍ଣପୁର ଓ କନ୍ଧମାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବା ଆରମ୍ଭ କରିବେ । ଗ୍ରାମାଞ୍ଚଳରୁ ସହରାଞ୍ଚଳକୁ ବସ୍ ସେବା ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ସରକାର ଗତବର୍ଷ ଅକ୍ଟୋବରରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଥିଲେ । ପ୍ରଥମେ ମାଲକାନଗିରି ଜିଲ୍ଲାରୁ ଆରମ୍ଭ ହୋଇଥିଲା ଏହି ଯୋଜନା ଅନ୍ତର୍ଗତ ବସ୍ ସେବା । ଏହି ମାସ ସୁଦ୍ଧା ରାଜ୍ୟର ସବୁ ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍ ।

Exit mobile version