Site icon ଆଜିକାଲି

ଆଜି ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସୁଛନ୍ତି । ମୁଖ୍ୟମନ୍ତ୍ରୀ ଶେରଗଡ଼ ଓ ଶୀତଳ ପଲ୍ଲୀରେ ଜନସଭାକୁ ସମ୍ବୋଧନ କରିବା ସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଶୀତଳପଲ୍ଲୀରେ ବହୁ ପ୍ରତୀକ୍ଷିତ ସମ୍ ହସପିଟାଲର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ। ଏହାଛଡା ଘଟକେଶ୍ୱର ବହୁମୁଖୀ ପ୍ରକଳ୍ପ, ହରଭଙ୍ଗୀ ସଂପ୍ରସାରଣ ପ୍ରକଳ୍ପ ଓ ଛେଳିଗଡ ଟନେଲ ଓ ଡ୍ୟାମ ପ୍ରକଳ୍ପ ଉଦ୍ଘାଟନ କରିବେ । ଏଥିସହ ମୁଖ୍ୟମନ୍ତ୍ରୀ ଜାନିବିଲି ବ୍ୟାରେଜ ଓ ଅନ୍ୟାନ୍ୟ ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ଶେରଗଡ଼ରେ ନବନିର୍ମିତ ବସଷ୍ଟାଣ୍ଡର ଉଦଘାଟନ କରି ଗଞ୍ଜାମ ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କରିବେ । ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଆସିବେ । ମୁଖ୍ୟମନ୍ତ୍ରୀଙ୍କ ନିଜ ଜିଲ୍ଲା ଗସ୍ତକୁ ନେଇ ଜନସାଧାରଣଙ୍କ ଓ ବିଜେଡି କର୍ମୀ ମହଲରେ ଉତ୍ସାହ ପରିଲକ୍ଷିତ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରିଛି ଜିଲ୍ଲା ପ୍ରଶାସନ।

Exit mobile version