ଭୁବନେଶ୍ବର: ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ସୋମବାର (ଜୁଲାଇ ୨୯ ତାରିଖ) ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ତଥା ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି।