Site icon ଆଜିକାଲି

ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି। ଏହା ପୁଡୁଚେରୀଠାରୁ ୭୯୦ ଓ ଚେନ୍ନାଇଠାରୁ ୮୦୦ କିଲୋମିଟର ଦୂରରେ ରହିଛି। ୩ ତାରିଖ ରବିବାର ଏହା ବାତ୍ୟାରେ ପରିଣତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସୂଚନା ଅନୁସାରେ, ସୁଦୃଶ୍ୟ ଲଘୁଚାପଟି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣପୂର୍ବରେ ଅବପାତ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହୋଇ ଆସନ୍ତାକାଲି ସୁଦ୍ଧା ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୩ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବ। ୪ ତାରିଖ ସଂଧ୍ୟାରେ ବାତ୍ୟା ଚେନ୍ନାଇ ଓ ମଛଲିପଟ୍ଟନମ ମଝିରେ ଉପକୂଳ ଛୁଇଁବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Exit mobile version