ପୁରୀ – ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କାର୍ଯ୍ୟ ଆରମ୍ଭ ହୋଇଛି । ଗତକାଲି ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ନିମନ୍ତ୍ରଣ ଦିଆଯିବା ପରେ ଆଜି ପୁରୀ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ନିମନ୍ତ୍ରଣ ପାଇଁ ଯାତ୍ରା ଆରମ୍ଭ ଶ୍ରୀମନ୍ଦିର ପ୍ରଶାସନ ଓ ସେବାୟତଙ୍କ ଟିମ୍ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପରିଚାଳନା କମିଟି ସଦସ୍ୟମାନେ ମଧ୍ୟପ୍ରଦେଶର ଉଜ୍ଜୟିନୀ ଯାତ୍ରା କରି ସେଠାରେ ବର୍ତ୍ତମାନ ଥିବା ପୁରୀ ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ ପତ୍ର ଦେବେ । ତାଙ୍କ ସହ ବିସ୍ତୃତ ଭାବେ ପରିକ୍ରମା ପ୍ରକଳ୍ପର ଯଜ୍ଞ ଓ ହୋମ ଆଦି ବିଧିବିଧାନ ସମ୍ପର୍କରେ ଆଲୋଚନା କରାଯିବ। ଏହାପରେ ଚାରି ଧାମ, ୧୨ ଜ୍ୟୋର୍ତିଲିଙ୍ଗ ସହ ବିଭିନ୍ନ ଶୈବପୀଠ, ଶ୍ରୀଜଗନ୍ନାଥ ମନ୍ଦିର ଓ ବିଭିନ୍ନ ମନ୍ଦିରର ମୁଖ୍ୟ ପୂଜକଙ୍କୁ ନିମନ୍ତ୍ରଣ ପାଇଁ ସେବାୟତମାନେ ଯାତ୍ରା କରିବେ। ଜଣେ ଜଣେ ଅଧିକାରୀଙ୍କ ସହ ସେବାୟତଙ୍କୁ ନେଇ ଗୋଟିଏ ଗୋଟିଏ ଟିମ ଗଠନ କରାଯାଇଛି।
December 22, 2023
0 Comment
144 Views
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ କାର୍ଯ୍ୟ ଆରମ୍ଭ
by Editor
ପୁରୀ – ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କାର୍ଯ୍ୟ ଆରମ୍ଭ ହୋଇଛି । ଗତକାଲି ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ନିମନ୍ତ୍ରଣ ଦିଆଯିବା ପରେ ଆଜି ପୁରୀ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ନିମନ୍ତ୍ରଣ ପାଇଁ ଯାତ୍ରା ଆରମ୍ଭ ଶ୍ରୀମନ୍ଦିର ପ୍ରଶାସନ ଓ ସେବାୟତଙ୍କ ଟିମ୍ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପରିଚାଳନା କମିଟି ସଦସ୍ୟମାନେ ମଧ୍ୟପ୍ରଦେଶର ଉଜ୍ଜୟିନୀ ଯାତ୍ରା... Read More