ଭୁବନେଶ୍ୱର – ରାଜ୍ୟରେ ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ତାରକା ପ୍ରଚାରକଙ୍କ ତାଲିକା ଜାରି କରିଛି ବିଜେଡି । ଏଥିରେ ୪୦ ଜଣଙ୍କ ନାଁ ରହିଛି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶୀର୍ଷ ତାରକା ପ୍ରଚାରକ ଥିବା ବେଳେ କାର୍ତ୍ତିକ ପାଣ୍ଡିଆନ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ତାଲିକାରେ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ଵାଇଁ, ଚନ୍ଦ୍ର ଶେଖର ସାହୁ, ଅଶୋକ ଚନ୍ଦ୍ର ପଣ୍ଡା, ସ୍ନେହାଙ୍ଗିନୀ ଛୁରିଆ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ଅରୁଣ କୁମାର ସାହୁ, ସଞ୍ଜୟ କୁମାର ଦାସବର୍ମା ପ୍ରମୁଖ ସ୍ଥାନ ପାଇଛନ୍ତି।