Site icon ଆଜିକାଲି

ଆଜିଠାରୁ ରାତ୍ରି ତାପମାତ୍ରା ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ପାଇବ

ଭୁବନେଶ୍ୱର : ଆଜିଠାରୁ ରାତ୍ରି ତାପମାତ୍ରା ଧୀରେ ଧୀରେ ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି । ଫଳରେ ରାଜ୍ୟରେ ଶୀତର ପ୍ରକୋପ ହ୍ରାସ ପାଇବ । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ମାଲକାନଗିରିରେ ୩୫.୦ ଡ଼ିଗ୍ରୀ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୬.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ପାର୍ବତ୍ୟାଚଂଳରେ ସର୍ବନିମ୍ନ ତାପମାତ୍ରା ଜି. ଉଦୟଗିରିରେ ୩.୫ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୨.୮ ଡ଼ିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା୧୪.୦ ଡ଼ିଗ୍ରୀ ରେକର୍ଡ଼ ହୋଇଛି । କଟକରେ ସର୍ବୋଚ୍ଚ ତାପମାତ୍ରା ୩୦.୬ ଡ଼ିଗ୍ରୀ ଓ ସର୍ବନିମ୍ନ ତାପମାତ୍ରା ୧୪.୮ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି । ଝାରସୁଗୁଡ଼ା, କନ୍ଧମାଳ ଓ ସୁନ୍ଦରଗଡ଼ରେ ଶୀତ ଲହରି ଜାରୀ ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

Exit mobile version