Site icon ଆଜିକାଲି

ରାଜ୍ୟରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା, ସଜାଗ ରହିବାକୁ ସବୁ ମେଡିକାଲ ଓ ହସ୍ପିଟାଲକୁ ଚିଠି ଲେଖିଲା ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ବର – ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏଥିପ୍ରତି ସଜାଗ ରହିବାକୁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଜାରି କରିଛି। ଆଜି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ମେଡ଼ିକାଲ କଲେଜ ଓ ହସ୍ପିଟାଲକୁ ସଜାଗ ରହିବା ଲାଗି ପରାମର୍ଶ ଦିଆଯାଇ ଚିଠି ଲେଖାଯାଇଛି । ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ମେଡ଼ିକାଲ କଲେଜ ଓ ହସ୍ପିଟାଲକୁ ଲେଖଯାଇଥିବା ଚିଠିରେ ସର୍ଭେଲାନ୍ସ ଓ ଟେଷ୍ଟିଂ ବଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

ମେଡ଼ିକାଲ କଲେଜ ଓ ହସ୍ପିଟାଲ ଅକ୍ସିଜେନଯୁକ୍ତ ବେଡ୍ ପ୍ରସ୍ତୁତ ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଆକ୍ରାନ୍ତଙ୍କ ଉପରେ ନଜର ରଖିବାକୁ ସ୍ବାସ୍ଥ୍ୟ ବିଭାଗର୍ ପରାମର୍ଶ ଦେଇଛି। ପଜିଟିଭ ଚିହ୍ନଟ ହେଲେ ଘରୋଇ ସଙ୍ଗରୋଧରେ ରହିବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ ବିଭାଗ । ଟେଷ୍ଟ କିଟ ଓ ଆବଶ୍ୟକ ଔଷଧ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ଟେଷ୍ଟିଂ କିମ୍ବା ଚିକିତ୍ସା ସୁବିଧା ନ ଥିବା ନେଇ ଯେପରି ଅଭିଯୋଗ ନ ଆସେ ସେଥିପାଇଁ ଏବେଠାରୁ ପ୍ରସ୍ତୁତ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଲେଖାଯାଇଥବା ଚିଠିରେ ଉଲ୍ଲେଖ କରାଯାଇଛି।

Exit mobile version