Site icon ଆଜିକାଲି

ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପୁସ୍ତକ ଉନ୍ମୋଚନ କଲେ ରାଷ୍ଟ୍ରପତି


ଭୁବନେଶ୍ୱର : ଆଜି ଓଡ଼ିଆ ଭାଷାରେ ଇଂଜିନିୟରିଂ ପୁସ୍ତକ ଉନ୍ମୋଚନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଓଡ଼ିଆ ଭାଷାରେ ଲିଖିତ ଇଞ୍ଜିନିୟରିଂ ପାଠ୍ୟପୁସ୍ତକ, ବୈଷୟିକ ଶିକ୍ଷା ସଙ୍କଳନ ଓ ଇ-କୁମ୍ଭ ପୋର୍ଟାଲର ଲୋକାର୍ପଣ କରିଛନ୍ତି ରାଷ୍ଟ୍ରପତି। ମାତୃଭାଷାରେ ଶିକ୍ଷା ପାଇଲେ ଛାତ୍ରୀଛାତ୍ରଙ୍କ ଦକ୍ଷତା ବୃଦ୍ଧି ପାଇବ ତଥା ରାଷ୍ଟ୍ରର ବିକାଶ ନିମନ୍ତେ ସେମାନେ ଉତ୍ସର୍ଗୀକୃତ ଭାବେ ଯୋଗଦାନ କରିବେ ବୋଲି ଏହି ଅବସରରେ ସେ କହିଛନ୍ତି ।

ଆଜି ଜୟଦେବ ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଉଭୟ ଡିଗ୍ରୀ ଓ ଡିପ୍ଲୋମା ଛାତ୍ରଛାତ୍ରୀଙ୍କ ପାଇଁ ଓଡ଼ିଆ ଭାଷାରେ ଇଂଜିନିୟରିଂ ପୁସ୍ତକ ଉନ୍ମୋଚିତ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ଥିଲେ। ରାଷ୍ଟ୍ରପତି ଉଦବୋଧନ ଦେଇ କହିଛନ୍ତି, ସ୍ଥାନୀୟ ଓ ଆଞ୍ଚଳିକ ଭାଷାରେ ଶିକ୍ଷା ଦେବାକୁ ଜାତୀୟ ଶିକ୍ଷା ନୀତି-୨୦୨୦ରେ ଗୁରୁତ୍ୱ ଦିଆଯାଇଛି।

Exit mobile version