Site icon ଆଜିକାଲି

ଚଣ୍ଡିଖୋଲରେ ରାଜ୍ୟ ପାଇଁ ପ୍ରାୟ ୨୦ ହଜାର କୋଟିର ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ଚଣ୍ଡିଖୋଲ -ପ୍ରଭୁ ଜଗନ୍ନାଥ ଓ ମା’ ବିରଜାଙ୍କ ଆଶୀର୍ବାଦରେ ଓଡ଼ିଶାରେ ବିକାଶର ନୂଆ ଧାରା ଆରମ୍ଭ ହୋଇଛି। ଆତ୍ମନିର୍ଭର ଭାରତକୁ ଓଡ଼ିଶା ଶକ୍ତି ଦେଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଚଣ୍ଡିଖୋଲରେ ଏକ ସଭାକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଯାଜପୁରରେ ବିକାଶର ନୂଆ ଧାରା ଆରମ୍ଭ ହୋଇଛି। ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ତାଙ୍କୁ ମନେ ପକାଇବା ଦେଶର ବିକାଶ ଲାଗି ବିଜୁବାବୁଙ୍କ ଯୋଗଦାନ ଅତୁଳନୀୟ ବୋଲି କହିଥିଲେ।

ଆଜି ଚଣ୍ଡିଖୋଲରୁ ପ୍ରଧାନମନ୍ତ୍ରୀ ପ୍ରାୟ ୨୦ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କରିଛନ୍ତି । ରେଳ, ଜାତୀୟ ରାଜପଥ ଆଦି ୧୬ଟି ପ୍ରକଳ୍ପର ଶିଳାନ୍ୟାସ୍‌ ଓ ଲୋକାର୍ପଣ କରିଛନ୍ତି। ପାରାଦୀପ ରିଫାଇନାରୀରେ ଭାରତୀୟ ତୈଳ ନିଗମ ଲିମିଟେଡ୍‌‌ ମୋନୋ ଏଥାଇଲନ୍‌‌ ଗ୍ଲାଇକଲ୍‌‌ ପ୍ରକଳ୍ପ, ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ୩୪୪ କିମି ଦୈର୍ଘ୍ୟର ପାଇପଲାଇନ ଉଦଘାଟନ କରିଛନ୍ତି। ପାରାଦୀପରେ ଏଲପିଜି ଆମଦାନୀ ବ୍ୟବସ୍ଥା ଲୋକାର୍ପଣ କରିଥିବା ବେଳେ ବିଭିନ୍ନ ଜାତୀୟ ରାଜଥର ସମ୍ପ୍ରସାରଣ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ସେହିପରି ୧୬୨ କିମି ବାଂଶପାଣି– ଦୈତାରୀ–ଟମକା– ଯଖପୁରା ରେଳ ଲାଇନ ଦୋହରୀକରଣକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି। କଳିଙ୍ଗ ନଗରରେ କନକୋର କଣ୍ଟେନର ଡିପୋ ଉଦ୍‌‌ଘାଟନ, ନର୍ଲାଠାରେ ପ୍ରସ୍ତାବିତ ଇଲେକ୍ଟ୍ରିକ୍‌‌ ରେଳ ଇଂଜିନ ମରାମତି କାରଖାନା, କଣ୍ଟାବାଞ୍ଜିରେ ୱାଗନ୍‌‌ ମରାମତି କାରଖାନା ଏବଂ ବାଘୁଆପାଳରେ ରେଳ ଇଞ୍ଜିନ ଓ ୱାଗନ ରକ୍ଷଣାବେକ୍ଷଣ ସୁବିଧାଗୁଡ଼ିକର ନବୀକରଣ ଏବଂ କ୍ଷମତା ବୃଦ୍ଧି ପାଇଁ ଭିତ୍ତିପ୍ରସ୍ତର ସ୍ଥାନ କରିଛନ୍ତି। କେନ୍ଦୁଝରଗଡ଼ ମାର୍ଗ ଦେଇ ପୁରୀ ଏବଂ ଆନନ୍ଦ ବିହାର (ନୂଆଦିଲ୍ଲୀ) ମଧ୍ୟରେ ନୂତନ ଟ୍ରେନ୍‌‌ କେନ୍ଦୁଝରଗଡ଼ ରେଳ ଷ୍ଟେସନରୁ ଶୁଭାରମ୍ଭ, କେନ୍ଦ୍ରାପଡ଼ା ଜିଲ୍ଲା ମଧ୍ୟଦେଇ ହରିଦାସପୁର– ପାରାଦୀପ ରେଳ ମାର୍ଗରେ ଯାତ୍ରୀବାହୀ ଟ୍ରେନ ଚଳାଚଳର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ।

Exit mobile version