Site icon ଆଜିକାଲି

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ସମ୍ବଲପୁରରେ ବିଭିନ୍ନ ପ୍ରକଳ୍ପର କରିବେ ଲୋକାର୍ପଣ ଓ ଶିଳାନ୍ୟାସ

ଭୁବନେଶ୍ୱର – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି । ଦିନିକିଆ ଗସ୍ତରେ ପ୍ରଧାନମନ୍ତ୍ରୀ ସମ୍ବଲପୁର ଯିବେ । କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ସମ୍ବଲପୁର ଆଇଆଇଏମର ସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ କରିବେ । ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ । ଅନ୍ୟ କେତେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ । ସମ୍ବଲପୁର ରେଳ ଷ୍ଟେସନର ନବୀକରଣ, ସମ୍ବଲପୁର-ତାଳଚେର ୧୬୮ କିଲୋମିଟର ରେଳପଥ ଏବଂ ଝାରସୁଗୁଡା-ବରପାଲି-ସରଡେଗା ରେଳ ଲାଇନ ଦୋହରୀକରଣ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ।

ପୁରୀ-ସୋନପୁର ସାପ୍ତାହିକ ଏକ୍ସପ୍ରେସ ଟ୍ରେନ ଚଳାଚଳ ଏବଂ ଷ୍ଟେସନ ବିଲଡିଂ ନିର୍ମାଣର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ଦିନ ୧ଟା ୧୫ ମିନିଟରେ ସେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଦିନ ଗୋଟାଏ ୪୫ରେ ଆଇଆଇଏମ୍ ସମ୍ବଲପୁରର ନିଜସ୍ୱ କ୍ୟାମ୍ପସରେ ପହଞ୍ଚିବେ। ସେଠାରୁ କାର୍ଯ୍ୟକ୍ରମ ସାରି ଦିନ ୩ଟାରେ ହେଲିକପ୍ଟର ଯୋଗେ ରେମେଡ ସଭାସ୍ଥଳ ଯାଇ ସାଧାରଣ ସଭାରେ ଉଦବୋଧନ ଦେବେ ।

Exit mobile version