ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ମୁକାବିଲା ନେଇ ଆଜି ରାଜସ୍ୱ ବିଭାଗର ବସିବା ବୈଠକ । ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଏଥିରେ ସ୍ୱତନ୍ତ୍ର ରିଲିଫ କମିଶନର ଓ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହିବେ ।
ପୂର୍ବରୁ ଜିଲ୍ଲାସ୍ତରରେ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି । ଖରା ବଢିବାକୁ ଥିବାରୁ ଲୋକଙ୍କୁ ଏନେଇ ଅଧିକରୁ ଅଧିକ ସଚେତନ କରିବାକୁ କୁହାଯାଇଛି । ଆବଶ୍ୟକୀୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରାଯିବା ସହ ଖରାପ ନଳକୂପର ମରାମତି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ପୂର୍ବରୁ ଜିଲାସ୍ତରରେ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ସମସ୍ତ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଖରା ବଢିବାକୁ ଥିବାରୁ ଲୋକଙ୍କୁ ଏନେଇ ଅଧିକରୁ ଅଧିକ ସଚେତନ କରିବାକୁ କୁହାଯାଇଛି । ଆବଶ୍ୟକୀୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରାଯିବା ସହ ଖରାପ ନଳକୂପର ମରାମତି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।