Site icon ଆଜିକାଲି

ବିଧାୟକ ଓ ପୂର୍ବତନ ବିଧାୟକଙ୍କ ସ୍ୱାସ୍ଥ୍ୟ ବୀମା ରାଶି ୫ରୁ ୧୦ ଲକ୍ଷ ଟଙ୍କା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର : ବିଧାୟକ ଓ ପୂର୍ବତନ ବିଧାୟକଙ୍କ ନିମନ୍ତେ ସ୍ୱାସ୍ଥ୍ୟବୀମା ରାଶି ବୃଦ୍ଧି କରାଯାଇଛି । ୫ ଲକ୍ଷରୁ ୧୦ ଲକ୍ଷକୁ ସ୍ୱାସ୍ଥ୍ୟ ବୀମା ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ସରକାରଙ୍କ ତରଫରୁ ୨୦୧୨-୧୩ ଆର୍ଥିକ ବର୍ଷରୁ ରାଷ୍ଟ୍ରୀୟ ବୀମା କମ୍ପାନି ମାଧ୍ୟମରେ ସ୍ୱାସ୍ଥ୍ୟବୀମାର ସୁବିଧା ଯୋଗାଇ ଦିଆଯାଉଛି ।

ସ୍ୱାସ୍ଥ୍ୟସେବାର ବ୍ୟୟବୃଦ୍ଧି ଦୃଷ୍ଟିରୁ ବିଧାୟକ ଏବଂ ପୂର୍ବତନ ବିଧାୟକମାନେ ଏହି ସ୍ୱାସ୍ଥ୍ୟବୀମା ରାଶିର ପରିମାଣ ବୃଦ୍ଧି କରିବା ନିମନ୍ତେ ବାରମ୍ବାର ଦାବି କରିଆସୁଥିଲେ । ତଦନୁଯାୟୀ ବାଚସ୍ପତିଙ୍କ ନିର୍ଦ୍ଦେଶ କ୍ରମେ ଉକ୍ତ ସ୍ୱାସ୍ଥ୍ୟବୀମା ରାଶିକୁ ୫ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ନିମନ୍ତେ ପ୍ରସ୍ତାବ ରାଜ୍ୟ ସରକାରଙ୍କ ବିଚାର ନିମନ୍ତେ ଉପସ୍ଥାପନ କରାଯାଇଥିଲାା ଉକ୍ତ ପ୍ରସ୍ତାବକୁ ବିଚାର କରି ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ଏହି ବୃଦ୍ଧି ପ୍ରସ୍ତାବ ଉପରେ ସହମତି ପ୍ରଦାନ କରିଥିଲେ । ଅର୍ଥ ବିଭାଗର ସହମତି କ୍ରମେ ପ୍ରତ୍ୟେକଙ୍କୁ ଏକ ବର୍ଷ ଅବଧି ପାଇଁ ୧୦ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟବୀମା ନବୀକରଣ ପ୍ରସ୍ତାବକୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଅନୁମୋଦନ କରିଛନ୍ତି ।

Exit mobile version