Site icon ଆଜିକାଲି

ଲାଞ୍ଚୁଆ ଜୁନିଅର କ୍ଳର୍କଙ୍କୁ ଧରିଲା ଭିଜିଲାନ୍ସ

ଭୁବନେଶ୍ବର : ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣୀ। ଜଣେ ଶିକ୍ଷକଙ୍କର ବକେୟା ଦରମା ପ୍ରଦାନ ଲାଗି ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ମାଡ଼ି ବସିଥିଲା ଭିଜିଲାନ୍ସ ।

ଏକ ବର୍ଷରୁ ଅଧିକ ସମୟ ଧରି ତାଙ୍କ ବକେୟା ଦରମା ପାଇବାକୁ ଅଭିଯୋଗକାରୀ ଶିକ୍ଷକ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ବାରମ୍ବାର ଦୌଡୁଥିଲେ । ହେଲେ ସେଠାରେ କାର୍ଯ୍ୟରତ କନିଷ୍ଠ କିରାଣୀ ମାନସ ଧଳ ତାଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ଦେଲେ ବକେୟା ଦରମା ମିଳିବ ବୋଲି କହିଥିଲେ। ଏ ନେଇ ସଂପୃକ୍ତ ଶିକ୍ଷକ କଟକ ଭିଜିଲାନ୍ସରେ ଫେରାଦ ହୋଇଥିଲେ । ଆଜି କନିଷ୍ଠ କିରାଣୀ ମାନସ ଧଳ ଶିକ୍ଷକଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ ପୂର୍ବ ଯୋଜନା ମୁତାବକ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ିବସିଥିଲା।

Exit mobile version