Site icon ଆଜିକାଲି

ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପର ଜଳସ୍ତର ବୃଦ୍ଧି, ଆଜି ଖୋଲିବ ୨ଟି ଗେଟ୍

ଭୁବନେଶ୍ୱର : ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ନୂଆପଡ଼ା ଜିଲ୍ଲା ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପର ଜଳ ସ୍ତର ବୃଦ୍ଧି ପାଇଛି। ଆଜି ୨ଟି ଗେଟ୍ ଖୋଲାଯିବ। ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପର ଜଳଧାରଣ କ୍ଷମତା ୨୬୫ ମିଟର ଥିବାବେଳେ ଗତକାଲିଠୁ ୨୬୩.୩୭ ମିଟର ଜଳ ପ୍ରବାହିତ ହେଉଛି।

ଆଜି ସକାଳ ୧୧ଟା ବେଳେ ୨ଟି ଗେଟ ଖୋଲାଯିବ। ସେଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ତଳିଆ ଅଞ୍ଚଳରେ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସଚେତନ କରାଯାଇଛି। ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାର ଅନେକ ତଳିଆ ଅଞ୍ଚଳରେ ପ୍ରଚାର କରାଯାଇଛି। 

Exit mobile version